ଟ୍ଵିଟ କରି ଶ୍ରୀ ପ୍ରଧାନ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ମୋଦିଜୀ ବାତ୍ୟା ‘ୟଶ୍’ ପରିସ୍ଥିତିର ସମୀକ୍ଷା ଏବଂ ଆକାଶମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କରିବା ପରେ ଓଡିଶାକୁ ତତ୍କାଳୀନ ୫୦୦ କୋଟିର ସହାୟତା ଯୋଗାଇ ଦେବା ପାଇଁ ଘୋଷଣା କରାଯାଇଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ । ଏହି ସହାୟତା ରାଶି ରିଲିଫ୍ ଏବଂ ପୁନରୁଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରିବ ।
ବାତ୍ୟା ‘ୟଶ୍’ ରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ ପରିବାରକୁ ୨ ଲକ୍ଷ ଓ ଗୁରୁତର ଆହତଙ୍କୁ ୫୦ ହଜାର ଟଙ୍କାର ସହାୟତା ରାଶି ଘୋଷଣା କରାଯାଇଥିବା ବେଳେ ପ୍ରଭାବିତ ରାଜ୍ୟ ଗୁଡ଼ିକ ପାଇଁ ବାତ୍ୟାର କ୍ଷୟକ୍ଷତି ଆକଳନ ନିମନ୍ତେ ଅନ୍ତଃ ମନ୍ତ୍ରୀସ୍ତରୀୟ କମିଟି ମଧ୍ୟ ଗଠନ ହୋଇଛି ।
ମୁଁ ଦୃଢ଼ ନିଶ୍ଚିତ ଯେ ବିସ୍ତୁତ କ୍ଷୟକ୍ଷତିର ତଥ୍ୟ ଆସିବା ପରେ ଆବଶ୍ୟକ ବ୍ୟବସ୍ଥା କରିବା ପାଇଁ ରାଜ୍ୟ ସରକାରକୁ ଭାରତ ସରକାର ସମ୍ପୂର୍ଣ୍ଣ ସହଯୋଗ କରିବେ । ଓଡ଼ିଶାକୁ ପ୍ରାକୃତିକ ବିପର୍ଯ୍ୟୟରୁ ରକ୍ଷା କରିବା କରିବା ପାଇଁ ସରକାରଙ୍କ ମିଳିତ ଉଦ୍ୟମରେ ଯୋଜନା କରାଯିବ ।