ଅନ୍ୟପଟେ ବିମାନ ବନ୍ଦରରେ ଦ୍ରୌପଦୀ ମୁର୍ମୁଙ୍କୁ ସ୍ଵାଗତ କରିବା ପାଇଁ ବିଜେପି ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଥିଲା । ଆଦିବାସୀ ନୃତ୍ୟ, ବାଜା ସହ କମ୍ପିଥିଲା ପୂରା ବିମାନବନ୍ଦର । ଆସନ୍ତାକାଲି ରାଷ୍ଟ୍ରପତି ପ୍ରାର୍ଥୀଭାବେ ଦାଖଲ କରିବେ ନାମାଙ୍କନ । ଉପସ୍ଥିତ ରହିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହ ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ।
ଗତକାଲି ଭୁବନେଶ୍ୱରରେ ପହଞ୍ଚିବା ପରେ ତାଙ୍କୁ ରାଜ୍ୟ ବିଜେପି ପକ୍ଷରୁ ପୁଷ୍ପଗୁଚ୍ଛ ଦିଆଯାଇ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା । ସେ ଏମସିଏଲର ଗେଷ୍ଟ ହାଉସରେ ସେ ରାତ୍ରୀ ଯାପନ କରିଥିଲେ । ଆଜି ସକାଳେ ସେ ଦିଲ୍ଲୀ ଅଭିମୁଖେ ବାହାରିଥିଲେ । ବିମାନବନ୍ଦରଠାରେ ତାଙ୍କ ପାଇଁ ସ୍ୱତନ୍ତ୍ର ନାଚ, ବାଦ୍ୟର ବ୍ୟବସ୍ଥା କରାଯାଇଥିଲା । ସମସ୍ତେ ଖୁବ ଉତ୍ସାହର ସହ ତାଙ୍କୁ ଶୁଭେଚ୍ଛା ଜଣାଇଥିଲେ ।
ଏନଡିଏ ନିଜର ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରିଛି । ବିଜେପି ନେତୃତ୍ତ୍ୱାଧିନ ଏନଡିଏ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରିଛି । ଓଡିଶା ବିଜେପିର ଆଦିବାସୀ ଚେହେରା ତଥା ଝାଡଖଣ୍ଡର ପୂର୍ବତନ ରାଜ୍ୟପାଳ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା ପରେ ସବୁଠି ଉତ୍ସବର ମାହୋଲ ଦେଖିବାକୁ ମିଳିଛି ।