ନୂଆଦିଲ୍ଲୀ: ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ଆଜି ହାଇପରସୋନିକ୍ ଟେକ୍ନୋଲୋଜି ପ୍ରଦର୍ଶନକାରୀ ଯାନକୁ ଏକ ସ୍ୱଦେଶୀ ବିକଶିତ ସ୍କ୍ରାମଜେଟ୍ ପ୍ରପୁଲସନ୍ ସିଷ୍ଟମ୍ ବ୍ୟବହାର କରି ସଫଳତାର ସହ ପରୀକ୍ଷା କରିଛି । ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏହି ସୂଚନା ଦେଇଛନ୍ତି।
The @DRDO_India has today successfully flight tested the Hypersonic Technology Demontrator Vehicle using the indigenously developed scramjet propulsion system. With this success, all critical technologies are now established to progress to the next phase.
— Rajnath Singh (@rajnathsingh) September 7, 2020
ରାଜନାଥ କହିଛନ୍ତି ଯେ ଏହି ସଫଳତା ପରେ ପରବର୍ତ୍ତୀ ପର୍ଯ୍ୟାୟର ଅଗ୍ରଗତି ଆରମ୍ଭ ହୋଇଛି। ଏଥି ସହିତ, ଏହି ଅବସରରେ ପ୍ରତିରକ୍ଷା ମନ୍ତ୍ରୀ DRDO ଏବଂ ଏହାର ବୈଜ୍ଞାନିକମାନଙ୍କୁ ଅଭିନନ୍ଦନ ଜଣାଇବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆତ୍ମନିର୍ଭରଶୀଳ ଭାରତର ସ୍ୱପ୍ନକୁ ସାକାର କରିବାରେ ଏହି ଅନୁଷ୍ଠାନ ନିୟୋଜିତ ଥିବା କହିଛନ୍ତି।
ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ଟ୍ୱିଟ୍ କରି କହିଛନ୍ତି, DRDO ଏକ ସ୍ୱଦେଶୀ ବିକଶିତ ସ୍କ୍ରାମଜେଟ୍ ପ୍ରପୁଲସନ୍ ସିଷ୍ଟମ ବ୍ୟବହାର କରି ହାଇପରସୋନିକ୍ ଟେକ୍ନୋଲୋଜି ପ୍ରଦର୍ଶନକାରୀ ଯାନକୁ ସଫଳତାର ସହ ପରୀକ୍ଷା କରିଛି। ଏହି ସଫଳତା ସହିତ, ସମସ୍ତ ଗୁରୁତ୍ୱପୂର୍ଣ୍ଣ ପ୍ରଯୁକ୍ତିବିଦ୍ୟା ବର୍ତ୍ତମାନ ପରବର୍ତ୍ତୀ ପର୍ଯ୍ୟାୟରେ ଅଗ୍ରଗତି କରିବାକୁ ବ୍ୟବସ୍ଥା କରାଯାଇଛି ।
ସେ କହିଛନ୍ତି, 'ପିଏମ ମୋଦିଙ୍କ ଆତ୍ମନିର୍ଭରଶୀଳ ଭାରତର ସ୍ୱପ୍ନକୁ ସାକାର କରିବା ଦିଗରେ ଥିବା ଏହି ମହାନ ସଫଳତା ପାଇଁ ମୁଁ DRDO କୁ ଅଭିନନ୍ଦନ ଜଣାଉଛି। ମୁଁ ଏହି ପ୍ରକଳ୍ପ ସହିତ ଜଡିତ ବୈଜ୍ଞାନିକମାନଙ୍କ ସହ କଥା ହୋଇ ଏହି ମହାନ ସଫଳତା ପାଇଁ ସେମାନଙ୍କୁ ଅଭିନନ୍ଦନ ଜଣାଇଛି । ଭାରତ ସେମାନଙ୍କ ପାଇଁ ଗର୍ବିତ ।
ଅର୍ଗସ ବ୍ୟୁରୋ : ନୟାଗଡ଼ ଜିଲ୍ଲା ଚାନ୍ଦପୁର ଥାନା ଅଧୀନସ୍ଥ ଓସ୍ତପଡା ଗ୍ରାମ କାଜୁ ଜଙ୍ଗଲରେ ଚାଲିଥିଲା ଜୁଆ ଆଡ୍ଡା । ବିଶେଷ ସୂତ୍ରରୁ ଖବର ପାଇ ଚାନ୍ଦପୁର ପୋଲିସ ଚଢ଼ାଉ କରି ୩ ଜଣ ଜୁଆଡିଙ୍କୁ ଗିରଫ କରିବା ସହିତ ଜୁଆ ଖେଳରେ ବ୍ୟବହୃତ ସାମଗ୍ରୀ ଜବତ କରିଛି । ଘୁଡୁଘୁଡ଼ିଆ ପାଲି- ଗୋଟି, ୬ ଟି ମୋଟର ସାଇକେଲ, ୩ ଟି ମୋବାଇଲ ଏବଂ ନଗଦ ୩୫ ହଜାର ୬୭୦ ଟଙ୍କା ଜବତ କରିଛି ଚାନ୍ଦପୁର ପୋଲିସ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଗିରଫ ଅଭିଯୁକ୍ତ ମାନେ ହେଲେ ଖୋର୍ଦ୍ଧା ଅଞ୍ଚଳର ପଲାହାଟ ଗ୍ରାମର ଉଚ୍ଚବ ପ୍ରଧାନ, ଭୁଷଣ୍ଡପୁର ଗ୍ରାମ ଉରୁମୁଖି ସାହିର ବ୍ରଜ ବେହେରା ଓ ନୟାଗଡ଼ ଜିଲ୍ଲା ଚାନ୍ଦପୁର ଥାନା ଅଧିନସ୍ଥ କନ୍ଧନୟାଗଡ଼ ଗ୍ରାମର ଗଣେଶ ବେହେରା । ଅଭିଯୁକ୍ତ ମାନଙ୍କୁ କୋର୍ଟ ଚାଲାଣ କରାଯାଇଛି ବୋଲି ଚାନ୍ଦପୁର ଥାନା ଅଧିକାରୀ ଜଗଦୀଶ କର ସୂଚନା ଦେଇଛନ୍ତି
ଅର୍ଗସ ବ୍ୟୁରୋ : ମାହାଙ୍ଗା ଡବଲ ମର୍ଡର ମାମଲାରେ କୋର୍ଟଙ୍କ ନିର୍ଦେଶରେ ଦଫା ୩୦୨ ଲାଗିବା ପରେ ହତାସ ହୋଇପଡ଼ିଛନ୍ତି ପ୍ରତାପ ଜେନା । କୋର୍ଟଙ୍କ ନିର୍ଦ୍ଦେଶ ପଛରେ ରାଜନୈତିକ ଚକ୍ରାନ୍ତ ଥିବା କହିଛନ୍ତି ବିଜେଡିର ପାୱାରଫୁଲ ପ୍ରତାପ । ସେ ନିର୍ଦ୍ଦୋଶ ତାଙ୍କୁ ଚକ୍ରାନ୍ତ କରି ଫସାଯାଇଥିବା ସଫେଇ ଦେଇଛନ୍ତି ପ୍ରତାପ ଜେନା ।
ଅଧିକ ପଢନ୍ତୁ : ବିଜେଡି ବିଧାୟକ ପ୍ରତାପ ଜେନାଙ୍କ ବିରୋଧରେ ବଡ଼ ପ୍ରମାଣ
ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ନାଁରେ ଲାଗିଛି 302, 120 ବି ଓ 506 । ଦଫା ୩୦୨ ଲାଗିବା ପରେ ଗିରଫ ନେଇ ପ୍ରତାପଙ୍କ ମନରେ ପଶିଛି କି ଛନକା ? ସେଥିପାଇଁ ହତାସ ହୋଇ ଦେଇଛନ୍ତି କି ଏପରି ବୟାନ ?