ରାମାୟଣରେ ରାମ ଭୂମିକାରେ ଅଭିନୟ କରିଥିବା ଅରୁଣ ଗୋଭିଲଙ୍କ ପାଇଁ ପ୍ରଚାର କରିଛନ୍ତି ସୀତା ଭୂମିକାରେ ଅଭିନୟ କରିଥିବା ଦୀପିକା ଚିଖଲିଆ । ସାଙ୍ଗରେ ଲକ୍ଷ୍ମଣ ଭୂମିକାରେ ଅଭିନୟ କରିଥିବା ସୁନୀଲ ଲହରି ମଧ୍ୟ ସାମିଲ ହୋଇଥିଲେ । ଯାହାଙ୍କୁ ଦେଖିବାକୁ ରାସ୍ତାର ଦୁଇ କଡରେ ହଜାର ହଜାର ଲୋକ ଉପସ୍ଥିତ ଥିଲେ ।
ଅଧିକ ପଢନ୍ତୁ ରାଜନୀତି ଖବର
ସେପଟେ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଧ୍ୟ ଅରୁଣ ଗୋଭିଲଙ୍କ ପାଇଁ ପ୍ରଚାର କରିଛନ୍ତି । ହନୁମାନ ଜୟନ୍ତୀ ଅବସରରେ ଯୋଗୀ ଗୋଭିଲଙ୍କ ପାଇଁ ଏକ ବିରାଟ ରୋଡ ସୋରେ ଯୋଗ ଦେଇଛନ୍ତି । ଆସନ୍ତା ୨୬ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେଉଥିବା ବେଳେ ମିରଟ ସମେତ ଉତରପ୍ରଦେଶର ୮ଟି ସଂସଦୀୟ କ୍ଷେତ୍ରରେ ଭୋଟ ଗ୍ରହଣ ହେବ । ଏଥସହିତ ୧୩ଟି ରାଜ୍ୟର ୮୮ଟି ଆସନରେ ଭୋଟ ଦେବେ ମତଦାତା । ତେବେ ୟୁପିରେ ଏଥର ପୁଣି ବିଜେପି ସତ୍ତା ହାତେଇବା ଲକ୍ଷ୍ୟରେ ।