ବିଗତ ତିନି ବର୍ଷରେ ରିଲାଏନ୍ସ ସରକାରୀ ରାଜକୋଷରେ ଯେତିକି ଟଙ୍କା ଜମା କରିଛି ତାହା ଭାରତ ସରକାରଙ୍କ ମୋଟ ବଜେଟ୍ ବ୍ୟୟର ୫ ପ୍ରତିଶତରୁ ଅଧିକ । ୨୦୨୧-୨୦୨୨ ଆର୍ଥିକ ବର୍ଷରେ କମ୍ପାନୀ ସରକାରୀ ରାଜକୋଷରେ ୧.୮୮ ଲକ୍ଷ କୋଟି ଟଙ୍କା ଜମା କରିଥିଲା । ରିଲାଏନ୍ସ ହେଉଛି ଦେଶର ସର୍ବାଧିକ ଟିକସ ଦେଉଥିବା କମ୍ପାନୀ ।
ନିଯୁକ୍ତି ପ୍ରଦାନ କରିବାରେ ମଧ୍ୟ ରିଲାଏନ୍ସ ଏକ ନମ୍ବର ସ୍ଥାନରେ ରହିଛି । କମ୍ପାନୀର ବାର୍ଷିକ ରିପୋର୍ଟ ଅନୁଯାୟୀ ୨୦୨୨-୨୩ ଆର୍ଥିକ ବର୍ଷରେ ରିଲାଏନ୍ସ ୯୫,୧୬୭ ନୂଆ ନିଯୁକ୍ତି ସୃଷ୍ଟି କରିଥିଲା । ତାହାକୁ ମିଶାଇ ରିଲାଏନ୍ସର ମୋଟ କର୍ମଚାରୀ ସଂଖ୍ୟା ୩.୮୯ ଲକ୍ଷକୁ ବୃଦ୍ଧି ପାଇଛି । ସେଥିରୁ ୨.୪୫ ଲକ୍ଷ ଲୋକ ରିଲାଏନ୍ସ ରିଟେଲ୍ରେ ନିୟୋଜିତ ରହିଛନ୍ତି । ରିଲାଏନ୍ସ ରିଟେଲ୍ ଦେଶର ସବୁଠୁ ବଡ଼ ନିଯୁକ୍ତିଦାତା ଭାବେ ଉଭା ହୋଇଛି । ରିଲାଏନ୍ସ ଜିଓରେ ୯୫ ହଜାରରୁ ଅଧିକ ଲୋକ କାମ କରୁଛନ୍ତି । ଲାଗାତାର ତୃତୀୟ ବର୍ଷ ପାଇଁ ରିଲାଏନ୍ସ ହଜାର ହଜାର ନୂଆ ନିଯୁକ୍ତି ସୃଷ୍ଟି କରିଛି । କୋଭିଡ୍ ମହାମାରୀ ସମୟରେ ମଧ୍ୟ କମ୍ପାନୀ ୭୫ ହଜାର ନୂଆ ନିଯୁକ୍ତି ସୃଷ୍ଟି କରିଥିଲା ।
କମ୍ପାନୀର ବାର୍ଷିକ ରିପୋର୍ଟ ଅନୁସାରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ର ଅଧ୍ୟକ୍ଷ ମୁକେଶ ଅମ୍ବାନି ଲଗାତାର ତୃତୀୟ ବର୍ଷ ପାଇଁ କୌଣସି ଦରମା ନେଇନାହାନ୍ତି।
ଅଧିକ ପଢ଼ନ୍ତୁ ଭାରତ ଖବର