ଜେନେଭା: ପାକିସ୍ତାନ ଜେନେଭାର ସଂଯୁକ୍ତ ରାଷ୍ଟ୍ର ମାନବାଧିକାର ପରିଷଦ (UNHRC)ରେ କାଶ୍ମୀର ପ୍ରସଙ୍ଗକୁ ଉଠାଇଛି । ଅନ୍ୟପଟେ ପାକ୍ ମନ୍ତ୍ରୀ କହୁ କହୁ କାଶ୍ମୀର ଭାରତର ବୋଲି କହିଦେଇଛନ୍ତି । ଅଜାଣତରେ ହେଉ ମଧ୍ୟ ଠିକ୍ କଥା କହିଦେଲେ ପାକ୍ ବୈଦେଶିକ ମନ୍ତ୍ରୀ ମହମ୍ମଦ କୁରେଶି । କୁରେଶି ମିଡିଆକୁ ପ୍ରତିକ୍ରିୟା ଦେବା ସମୟରେ କାଶ୍ମୀର ଭାରତର ରାଜ୍ୟ ବୋଲି କହିଛନ୍ତି । ଧାରା 370 ଉଚ୍ଛେଦ ପରେ ବାଉଳା ପାକିସ୍ତାନ ସତ୍ୟକୁ ଗ୍ରହଣ କରିବାକୁ ଆରମ୍ଭ କରିଥିବା ଦେଖିବାକୁ ମିଳିଛି । ଜାତିସଂଘ ସହ ବିଭିନ୍ନ ମୁସଲିମ ଦେଶରେ କାଶ୍ମୀର ପ୍ରସଙ୍ଗ ଉଠାଇ ଭାରତକୁ ଘେରିବା ପାଇ ଚେଷ୍ଟା କରୁଥିବା ପାକିସ୍ତାନ ସବୁଆଡ଼ୁ ନିରାଶ ହେଉଛି । ଅନ୍ୟପଟେ ପାକ୍ ମନ୍ତ୍ରୀ କଥାରେ କଥାରେ ସତ୍ୟକୁ ପ୍ରକାଶ କରୁଛନ୍ତି ।
କୁରେଶି ମିଡିଆକୁ କହିଲେ, ‘ବିଶ୍ୱ ସମୁଦାୟକୁ କାଶ୍ମୀର ସ୍ଥିତି ସାମାନ୍ୟ ଥିବା କହୁଛି ଭାରତ । ଯଦି ଏହା ଠିକ୍ ତେବେ ସେମାନେ (ଭାରତ) କାହିଁକି ଅନ୍ତର୍ଜାତୀୟ ମିଡିଆ, ଏନ୍ଜିଓ ଏବଂ ସିଭିଲ ସୋସାଇଟ୍କୁ ଭାରତର ରାଜ୍ୟ କାଶ୍ମୀରକୁ ଯିବାକୁ ଦେଉନାହାନ୍ତି ।’
#WATCH: Pakistan Foreign Minister Shah Mehmood Qureshi mentions Kashmir as “Indian State of Jammu and Kashmir” in Geneva pic.twitter.com/kCc3VDzVuN
— ANI (@ANI) September 10, 2019
ପାକିସ୍ତାନ କାଶ୍ମୀର ପ୍ରସଙ୍ଗ UNHRCରେ ଉଠାଇବା ସହ ବହୁ ସଜ୍ଞାହୀନ ଯୁକ୍ତି ବାଢ଼ିଥିବା ଦେଖିବାକୁ ମିଳିଛି । କାଶ୍ମୀରରେ ସଂଯୁକ୍ତ ରାଷ୍ଟ୍ର ଦ୍ୱାରା ଦିଆଯାଇଥିବା ପ୍ରସ୍ତାବର ଉଲ୍ଲଂଘନ ହେଉଛି । ଏହାସହ ସେଠାରେ ଏକ ମିଳିତ ଯାଞ୍ଚ ସମିତି ଗଠନ ପାଇଁ ଦାବି କରିଛି ପାକିସ୍ତାନ ।
ପାକିସ୍ତାନ UNHRCରେ କହିଛି କାଶ୍ମୀର ପ୍ରସଙ୍ଗରେ ଚୁପ ରହିବା ଠିକ୍ ନୁହେଁ । ଭାରତ କାଶ୍ମୀରର ବିଶେଷ ମାନ୍ୟତାକୁ ନଷ୍ଟ କରିଦେଇଛି । କାଶ୍ମୀରକୁ ବିଶ୍ୱର ସବୁଠୁ ବଡ଼ ଜେଲ କହିବା ସହ ସେଠାରେ ମାନବାଧିକାରର ମଶାଣି ବୋଲି କହିଛି ପାକିସ୍ତାନ । ଅନ୍ୟପଟେ ଧାରା 370 ଉଚ୍ଛେଦ ପରେ କାଶ୍ମୀରରେ ପାକ୍ ଇଶାରାରେ କୌଣସି ଅଶାନ୍ତି ସୃଷ୍ଟି ନହେଉ ବୋଲି ସେଠାରେ କିଛିଟା ପ୍ରତିବନ୍ଧ ଲଗାଯାଇଛି । ତେବେ ଧିରେଧରେ ଏହିସବୁ ପ୍ରତିବନ୍ଧ ଉଠାଇ ନିଆଯିବ ବୋଲି ଭାରତ ସରକାର ପୂର୍ବରୁ କହିସାରିଛନ୍ତି ।
ଅର୍ଗସ ବ୍ୟୁରୋ : ଆଜି କେମିତି କଟିବ ଆପଣଙ୍କ ଦିନ । କଣ ରହିଛି ଆପଣଙ୍କର ଭାଗ୍ୟ ଭବିଷ୍ୟତ । ପଢନ୍ତୁ...
ମେଷ-
ପ୍ରେମ ସମ୍ପର୍କ ଭଲ ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନକରିଲେ ବିବାଦଗ୍ରସ୍ତ ହେବେ । ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ଅଚାନକ ସାକ୍ଷାତ ହେବ । ଅଫିସରେ କାର୍ଯ୍ୟ ବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍ ରହିବ ନାହିଁ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ମା ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁ
ବୃଷ-
ପରିବାରରେ ଆନନ୍ଦ ଉଲ୍ଲାସର ପରିବେଶ ରହିବ । ସଭା ସମିତିରେ କାମ ଗୁଡିକ ସୁରୁଖୁରୁରେ ସମ୍ପୂର୍ଣ ହୋଇଯିବ । କଳା ଓ ବିଜ୍ଞାନରେ ସଫଳତା ହାସଲ କରିବେ । କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ । କୈାଣସି ଉନ୍ନତି ମୂଳକ କାର୍ଯ୍ୟ ସକାଶେ ମୋଟା ଅଙ୍କର ଅର୍ଥ ଦରକାର ପଡିବ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଭାର୍ଗବୀଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଘଟିବ । ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ମିଥ୍ୟା ଅଭିଯୋଗରେ କୋର୍ଟର ଦ୍ୱାରସ୍ଥ ହୋଇପାରନ୍ତି । ମହିଳା ମାନେ ପୂଜାପାଠରେ ମନ ଲଗାଇବେ। ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ଜମି , ଦଲାଲ୍ ଯଥେଷ୍ଟ ଲାଭ ମିଳିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବୁଧଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
କର୍କଟ-
କର୍ମ କ୍ଷେତ୍ରରେ ବହୁ ସମୟ କାଟିବାକୁ ବାଧ୍ୟ ହେବେ ଓ ବୃଦ୍ଧି ଖଟାଇ ନିଜ ସ୍ଥାନକୁ କୈାଣସି ମତେ ଦୃଢ କରିବେ । ରାଜନିତିରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ଚାକିରି କ୍ଷେତ୍ରରେ ଆଶା ଅଭିଳାଷା ପୂରଣ ହୋଇପାରେ । ମାନସିକ ଦୁଶ୍ଚିନ୍ତା କମିବ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବାପା , ମାଙ୍କ ଚରଣ ସ୍ପର୍ଶ କରନ୍ତୁ
ସିଂହ-
କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । କାମରେ ଭାଇ,ଭଉଣୀଙ୍କ ସହଯୋଗ ପାଇବେ । ନିର୍ମାଣଧିନ ଗୃହ ପୂର୍ଣ୍ଣାଙ୍ଗ ଆରମ୍ଭ ହେବ । ମହିଳା ମାନେ ସମସ୍ତଙ୍କୁ ସାଥିରେ ନେଇ ଆଗକୁ ବଢିବେ । ମାଲିମକବ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
କନ୍ୟା-
ବ୍ୟବସାୟୀ ମାନେ ଭାଗୀଦାରି ବ୍ୟବସାୟ କରିବେ । ଭାଇଭଉଣୀ ମିଶି ସୁସ୍ୱାଦ ଭୋଜନର ଆନନ୍ଦ ନେବେ । ରାଜନିତିରେ ଯଥେଷ୍ଟ ଲାଭ ପାଇବେ । ଛାତ୍ରିଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତି ଠାରୁ ଭଲ ପରାମର୍ଶ ମିଳିବ । ସାମ୍ବାଦିକ ମାନେ ଲକ୍ଷ ଦିଗରେ ଆଗେଇବେ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ସକାଳୁ କାଉକୁ ଖାଇବାକୁ ଦିଅନ୍ତୁ
ତୁଳା-
ଇ୍ୟବସାୟରେ ପ୍ରଭାବ ବିସ୍ତାର କରିବେ । ନିଜର ଖର୍ଚ୍ଚ ଉପରେ ଆୟତ ରଖନ୍ତୁ । ମହିଳା ମାନେ ଦାୟିତ୍ୱବାନ୍ ରହିବେ । ଆବଶ୍ୟକୀୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିପାରନ୍ତି । ଶତୃମାନେ ପରାଜିତ ହେବେ ଏବଂ ସରକାରୀ ସହୟତା ପାଇବେ । ଛାତ୍ର ଛାତ୍ରୀ ମାନେ ଅଧିକ ସମୟ ଖେଳରେ କଟାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ
ବିଛା-
ଶରୀର ଭଲ ରହିବା ସହିତ ମିଷ୍ଠାନ ଭୋଜନର ଯୋଗ ବୃଦ୍ଧି ରହିଅଛି । ବାନ୍ଧବୀଙ୍କର ସହିତ ଦେଖାହେଇ ପାରେ । ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ। ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସୂର୍ଯ୍ୟ ଦେବତାଙ୍କୁ ଜଳ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ
ଧନୁ-
ବ୍ୟବସାୟରେ ଅଧିକ ଖର୍ଚ୍ଚ ହେବାର ସମ୍ଭାବନା ଅଛି । କର୍ମକ୍ଷେତ୍ରରେ ଆପଣଙ୍କ ପ୍ରତି ଉଚ୍ଚ ଅଧିକାରୀଙ୍କ ବ୍ୟବହାର ସକାରତ୍ମକ ରହିବ । ମହିଳା ମାନେ ନକରାତ୍ମକ ପ୍ରବୃତିକୁ ଛାଡିବା ପାଇଁ ପ୍ରୟାସ କରିବେ । ପୈାତିକ ସମ୍ପତିକୁ ନେଇ ଦୁଇ ଜଣଙ୍କ ବିବାଦରେ ତୃତିୟ ବ୍ୟକ୍ତି ଲାଭବାନ୍ ହେବ । ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – କିଛି ଦକ୍ଷିଣା ମନ୍ଦିରରେ ଦାନ କରନ୍ତୁ
ମକର-
ପାରିବାରିକ ଜୀବନ ଆମୋଦ ଦାୟକ ହେବ । ସ୍ୱାସ୍ଥ୍ୟ ସାଧାରଣତଃ ଉତମ ରହିବ । ରୋଜଗାର ନୂତନ ସୁଯୋଗ ସୃଷ୍ଟି ହେବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁବାନ୍ଧବଙ୍କ , ଗୁରୁଜନଙ୍କ ପାଖରେ ଆଦୃତ ହେବେ । ରାଜନିତି କ୍ଷେତ୍ରରେ କୈାଶଳପୂର୍ଣ୍ଣ ଦୃଢ ପଦଦେକ୍ଷପ ନେବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ-
କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ସହଯୋଗରେ ସଫଳତା ମିଳିବ । ଛାତ୍ରଛାତ୍ରି ମାନେ ପ୍ରତିଯୋଗିତା ସଫଳତା ଲାଭ କରିବେ । ଚାକିରି ଖୋଜୁଥିବା ଲୋକଙ୍କୁ ଭଲ ଚାକିରି ମିଳିବ । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି । ଆପଣଙ୍କର ଧ୍ୟାନ ଅଧ୍ୟାତ୍ମ୍ୟ ଦିଗକୁ ଅଧିକ ରହିବ । ରାଜନୈତିକ ଜୀବନରେ ଶତୃ ବୃଦ୍ଧି ଦେଖାଦେବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ମୀନ-
ଶାରୀରିକ ପିଡା ଭୋଗ କରି ପାରନ୍ତି । ପଇସାର ଅଭାବ ଅନୁଭବ କରିପାରନ୍ତି । ଘରକୁ ସଜାଇବାରେ ଧ୍ୟାନ ଦେବେ । ଆପଣ ନିଜ ସାଥୀଙ୍କ ଭାବନାକୁ ବୁଝିବେ । ପରିସ୍ଥିତିରେ ପଡି ଜମି ବିକ୍ରୟ କରିବେ । ମହିଳା ମାନେ ସମସ୍ତଙ୍କ ପ୍ରିୟ ଭାଜନ ହେବେ । ସମ୍ମାନିତ ଲୋକଙ୍କ ସହ ମିଶିବାର ଅବସର ପାଇବେ । ବଡ ଯୋଜନାର ଶୁଭାରମ୍ଭ କରିପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ
ଅଧିକ ପଢ଼ନ୍ତୁ ରାଶିଫଳ ଖବର
ଅର୍ଗସ ବ୍ୟୁରୋ : ନିର୍ବାଚନ ଆୟୋଗଙ୍କର ବଡ଼ ନିଷ୍ପତ୍ତି । ୩ ପରିବର୍ତ୍ତେ ୪ ତାରିଖରେ ହେବ ମିଜୋରାମର ଭୋଟ ଗଣତି । ତାରିଖ ପରିବର୍ତ୍ତନ ନେଇ ସୂଚନା ଦେଲେ ନିର୍ବାଚନ ଆୟୋଗ । ଭୋଟ୍ ଗଣନା ରବିବାର ପରିବର୍ତ୍ତେ ସୋମବାର ହେବ । ରାଜ୍ୟର ଲୋକମାନଙ୍କ ଦାବିକୁ ମାନି କମିସନ ଏହି ନିଷ୍ପତ୍ତି ନେଇଛନ୍ତି ।
ଅଧିକ ପଢନ୍ତୁ ଭାରତ ଖବର
କାରଣ ରାଜ୍ୟର ପ୍ରାୟ ୮୭ ପ୍ରତିଶତ ଲୋକ ଖ୍ରୀଷ୍ଟଧର୍ମାବଲମ୍ବୀ ଓ ସେମାନେ ରବିବାର ପ୍ରାର୍ଥନା କରିବାକୁ ଚର୍ଚ୍ଚ ଯାଆନ୍ତି। ୩ ତାରିଖ ରବିବାର ପଡ଼ୁଥିବାରୁ ଏହାକୁ ବଦଳାଇବାକୁ ଲୋକେ ଦାବି କରିଥିଲେ । ଏହି କାରଣରୁ ତାରିଖରେ ପରିବର୍ତ୍ତନ କରାଯାଇଛି । ମିଜୋରାମର ୪୦ଟି ଆସନ ପାଇଁ ନଭେମ୍ବର ୭ତାରିଖରେ ମତଦାନ ହୋଇଥିଲା ।