ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି 110ରୁ 120 କିମି ରହିବ। ଏହା ସହ 135 କିମିର ଝଟକା ପବନ ବି ବହିବାର ସମ୍ଭାବନା ରହିଛି । ପଶ୍ଚିମବଙ୍ଗରେ ବାତ୍ୟା ପାଇଁ ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତି । ବିଭିନ୍ନ ସ୍ଥାନରେ NDRF ଟିମ୍କୁ ନିୟୋଜିତ କରାଯାଇଛି । କୋଲକାତାରେ ବିମାନ ଚଳାଚଳ ସ୍ଥଗିତ ରଖିବା ସହ ଟ୍ରେନ୍ ଚଳାଚଳ ବି ବାଧାପ୍ରାପ୍ତ ହୋଇଛି । ତେବେ ଓଡ଼ିଶାରେ ସିଧାସଳଖ ପଡ଼ିବ ନାହିଁ ବାତ୍ୟା ରେମାଲର ପ୍ରଭାବ । ହେଲେ ଆଗାମୀ ୨୪ ଘଣ୍ଟାରେ ରାଜ୍ୟରେ ମେଘୁଆ ପାଗ ସହ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷ କରି ଉତ୍ତର ଉପକୂଳ ଓଡ଼ିଶାରେ ବର୍ଷା ହେବ । ଭଦ୍ରକ, ବାଲେଶ୍ବର, ମୟୁରଭଞ୍ଜ, ଜଗତସିଂହପୁର ଓ କେନ୍ଦ୍ରାପଡାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ଅଧିକ ପଢନ୍ତୁ ଓଡ଼ିଶା ଖବର