ଅର୍ଗସ ବ୍ୟୁରୋ : ରାଜ୍ୟରେ ୟୁରିଆ ସାରର ଅଭାବ ନେଇ ଶୁକ୍ରବାର କେନ୍ଦ୍ର ସାର ଓ ରସାୟନ ରାଷ୍ଟ୍ରମନ୍ତ୍ରୀ ମନସୁଖଲାଲ ମାଣ୍ଡଭିୟଙ୍କ ସହ ଫୋନ ଯୋଗେ କଥା ହୋଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଚଳିତ ଖରିଫ ଋତୁ ସମୟରେ ଓଡିଶାର ଚାଷୀଙ୍କୁ ପର୍ଯ୍ୟାପ୍ତ ୟୁରିଆ ଯୋଗାଣରେ ସମ୍ଭାବ୍ୟ ସହାୟତା ଯୋଗାଇ ଦିଆଯିବ ବୋଲି ଶ୍ରୀ ମାଣ୍ଡଭିୟ ପ୍ରତିଶ୍ରୁତି ଦେଇଥିବା ଟ୍ୱିଟ୍ ଯୋଗେ ଶ୍ରୀ ପ୍ରଧାନ କହିଛନ୍ତି ।
ସେ କହିଛନ୍ତି ଯେ, ରାଜ୍ୟରେ ୟୁରିଆ ସାରର ଅଭାବ ନେଇ ବିଭିନ୍ନ ମହଲରୁ ଅଭିଯୋଗ ହେବା ପରେ ନବରଙ୍ଗପୁରର ପୂର୍ବତନ ସାଂସଦ ବଳଭଦ୍ର ମାଝୀ ଏ ନେଇ ତାଙ୍କୁ ଅବଗତ କରିଥିଲେ । ଏହା ପରେ ସେ ବିଭାଗୀୟ କେନ୍ଦ୍ରମନ୍ତ୍ରୀ ମନସୁଖଲାଲ ମାଣ୍ଡଭିୟଙ୍କ ସହ ଫୋନ ଯୋଗେ କଥା ହୋଇଥିବା ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି । ଉଲ୍ଲେଖନୀୟ ଯେ, ଶ୍ରୀ ପ୍ରଧାନଙ୍କ ଏ ସମ୍ପର୍କିତ ଟ୍ୱିଟରେ ପ୍ରତିକ୍ରିୟା ଦେଇ ଶ୍ରୀ ମାଣ୍ଡଭିୟ ଓଡିଶାର କୋଣ ଅନୁକୋଣକୁ ପର୍ଯ୍ୟାପ୍ତ ସାର ଯୋଗାଣ କରିବା ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ ବୋଲି କହିଛନ୍ତି ।
ସୁବର୍ଣ୍ଣପୁର: ମାହୁନ୍ତକୁ କଚାଡି ହାତୀ ଫେରାର । ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ଧନୁଯାତ୍ରାରେ ଅଘଟଣ । ଧନୁଯାତ୍ରାରେ ସାମିଲ ଥିବା ହାତୀ ମାହୁନ୍ତକୁ କଚାଡି ଫେରାର ମାରିଥିବା ସୂଚନା ରହିଛି । ତେବେ ମାହୁନ୍ତ ଜଣକ ସୁରକ୍ଷିତ ଥିବା ଜଣାପଡିଛି । ହାତୀଟି ଗାଁ ମୁହାଁ ହୋଇଥିବା ସୂଚନା ମିଳିଛି ।
ଆଜି ଧନୁଯାତ୍ରାର ଚତୁର୍ଥ ରଜନୀ । କଂସ ମହାରାଜକୁ ହାତୀ ନେଇଥିବାବେଳେ ହଠାତ୍ ହାତୀଟି ପଳାଇବାରେ ଲାଗିଥିଲା । ମାହୁନ୍ତ ଜଣକ ହାତୀକୁ ନିୟନ୍ତ୍ରଣ କରିବା ପାଇଁ ଚେଷ୍ଟା କରିଥିଲେ ହେଁ ହାତୀ ଟି ନିୟନ୍ତ୍ରଣ ହରାଇ ମାହୁନ୍ତକୁ କଚାଡି ଦୌଡ଼ି ପଳେଇ ଥିଲା । ତେବେ ଅନ୍ଧାର ହୋଇଥିବାରୁ ହାତୀକୁ ଖୋଜିବାରେ ବାଧା ସୃଷ୍ଟି ହୋଇଛି । ବର୍ତ୍ତମାନ ପର୍ଯ୍ୟନ୍ତ ହାତୀର ସନ୍ଧାନ ମିଳି ପାରି ନାହିଁ । ଏବେ ସମସ୍ତେ ହାତୀଟିକୁ ଖୋଜିବାରେ ଲାଗିଥିବାବେଳେ ଯାତ୍ରା ମଧ୍ୟ ବାଧାପ୍ରାପ୍ତ ରହିଛି ।
ଆହୁରି ପଢନ୍ତୁ ଓଡିଶା ଖବର...