୨୦୧୯ ମସିହାରେ ତାଙ୍କ ସ୍ୱାମୀ ତଥା ବିଶିଷ୍ଟ ଆମେରିକୀୟ ପ୍ରକାଶକ ସନ୍ନି ମେହେଟ୍ଟାଙ୍କ ପରଲୋକ ପରଠୁ ସେ ଭାରତରେ ରହୁଥିଲେ । ସାମ୍ବାଦିକତାଠାରୁ ପ୍ରାମାଣିକ ଚଳଚ୍ଚିତ୍ର ନିର୍ମାଣ ଯାଏଁ, ସିଦ୍ଧହସ୍ତ ଥିବା ଗୀତା ମେହେଟ୍ଟାଙ୍କୁ ସାରା ବିଶ୍ୱ ଭିନ୍ନ ଭିନ୍ନ ପରିଚୟରେ ଜାଣେ। ସାହିତ୍ୟ, ସାମ୍ବାଦିକତା, ଡକ୍ୟୁମେଣ୍ଟାରୀ ଓ ପ୍ରକୃତି ସୁରକ୍ଷା କ୍ଷେତ୍ରରେ ଗୀତା ଛାଡ଼ିଯାଇଥିବା ଛାପକୁ ସମସ୍ତେ ମନେ ପକାଉଛନ୍ତି। ୧୯୪୩ ମସିହାରେ ଦିଲ୍ଲୀରେ ଜନ୍ମିତ ଗୀତା ବ୍ରିଟେନ, ୟୁରୋପ ଓ ଆମେରିକା ନେଟୱାର୍କ ପାଇଁ ୧୪ଟି ଡକ୍ୟୁମେଂଟାରୀ ଫିଲ୍ମ ପ୍ରଯୋଜନା କରିଛନ୍ତି । ଗୀତାଙ୍କ ଲିଖିତ ବହିଗୁଡ଼ିକ ପ୍ରାୟ ୨୧ଟି ଭାଷାରେ ଟ୍ରାନ୍ସଲେଟ୍ ହୋଇଛି ଓ ୟୁରୋପ, ଆମେରିକା ଓ ଭାରତରେ ସର୍ବାଧିକ ବିକ୍ରି ହେଉଥିବା ପୁସ୍ତକ ଭାବେ ପରିଗଣିତ ହୋଇଥିଲା । ଉଲ୍ଲେଖ ଯୋଗ୍ୟ, ୧୯୬୫ ମସିହାରେ ସେ ସନ୍ନି ମେହେଟ୍ଟାଙ୍କୁ ବିବାହ କରିଥିଲେ। ୨୦୧୯ ମସିହାରେ ଗୀତା ଭାରତ ସରକାରଙ୍କ ପଦ୍ମଶ୍ରୀ ପୁରସ୍କାର ଗ୍ରହଣ କରିବାକୁ ମନା କରିଦେଇ ଚର୍ଚ୍ଚାରେ ରହିଥିଲେ। ତାଙ୍କର ଏକମାତ୍ର ପୁଅ ଆଦିତ୍ୟ ସିଂ ମେହେଟ୍ଟା ଅଛନ୍ତି ।