ଔଷଧ ଗୋଦାମ ସହ ଖୁଚୁରା ବ୍ୟବସାୟ କେନ୍ଦ୍ର ଓ ଦୋକାନ ମାନଙ୍କରେ ମଧ୍ୟ ଚଢ଼ାଉ ଜାରି ରହିଛି । ଇତି ମଧ୍ୟରେ କଟକରେ ୬ ଟି, କେନ୍ଦ୍ରାପଡାରେ ୧ ଟି, ଝାରସୁଗୁଡାରେ ୨ ଟି,ଏବଂ ସୁନ୍ଦରଗଡ, ବରଗଡ ଓ ସମ୍ବଲପୁରରେ ୧ ଟି ଲେଖାଏଁ ଯାଗାରୁ ନକଲି ଔଷଧ ଧରାଯାଇ ଆଇନଗତ ମକଦ୍ଦମା ରୁଜୁ କରାଯାଇଛି । ଦୋକାନମାନଙ୍କରେ ଥିବା ପ୍ରତି ଔଷଧ ଷ୍ଟ୍ରିପକୁ ଯାଞ୍ଚ କରାଯାଉଛି । ଲଗାତର ଭାବେ ଚଢ଼ାଉ ଜାରି ରଖି ନକଲି କାରବାର କରୁଥିବା ଲୋକ ଓ ଦୋକାନୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବା ଲାଗି ଶ୍ରୀମତୀ ପଣ୍ଡିତ୍ ନିର୍ଦ୍ଦେଶ ଦେଇଛନ୍ତି ।
ପ୍ରାପ୍ତ ସୂଚନାରୁ ଜଣାପଡିଛି, କଟକର ଭି.ଆର୍.ଏଜେନ୍ସି, ପୁଜା ଏଣ୍ଟରପ୍ରାଇଜରସ୍, କୟାଲ ଏଜେନ୍ସି, ମହାବୀର ପ୍ରସାଦ ରାଧେଶ୍ୟାମ, ଶ୍ରୀ ଡିଷ୍ଟ୍ରିବ୍ୟୁଟରସ୍ ଏବଂ ଶ୍ରୀ ଏମ୍.ଏଚ୍ ଆଦି ଗୋଦାମରୁ ଚଢ଼ଉପରେ ନକଲି ଓୗଷଧ ମିଳିଛି । ସେହିପରି ଝାରସୁଗୁଡା ଜିଲ୍ଲାର ଶ୍ୟାମ ମେଡ଼ିକାଲ ଓ ଅମିତ୍ ଏଜେନ୍ସି, ସୁନ୍ଦରଗଡ଼ର ପ୍ରକାଶ ମେଡିକାଲ ପ୍ରା.ଲିଃ, ବରଗଡର ଅଶୋକ ମେଡିକାଲ ହଲ୍, ସମ୍ବଲପୁରର ଦୁର୍ଗା ଏଜେନ୍ସି ଏବଂ କେନ୍ଦ୍ରାପଡାର ସାଇ ଆଦି ଗୋଦାମରୁ ଚଢ଼ାଉ ପରେ ନକଲି ଔଷଧ ମିଳିଛି । ଏସବୁ ଏଜେନ୍ସି, ଗୋଦାମ ଓ ଦୋକାନ ବିରୁଦ୍ଧରେ ଡ୍ରଗ୍ସ ନିୟନ୍ତ୍ରଣ ଆଇନ୍ ଅନୁସାରେ ମକଦ୍ଦମା ରୁଜୁ କରାଯାଇଛି ।