ତାଙ୍କ ପରି ବିନମ୍ରତା ବ୍ୟକ୍ତିଙ୍କ ପରି ପ୍ରଧାନମନ୍ତ୍ରୀ ଆଜି ପର୍ଯ୍ୟନ୍ତ ନାହାନ୍ତି । ଦେଶ ସ୍ବାଧୀନ ହେବା ପରେ ଜବାହାରଲାଲ ନେହରୁଙ୍କ ମନ୍ତ୍ରିମଣ୍ଡଳରେ ରେଳମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ ଶାସ୍ତ୍ରୀଜୀ। ପରେ ଦେଶର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ହୋଇଥିଲେ ସେ । ଶାସ୍ତ୍ରୀଜୀ ଦେଶର ପ୍ରଧାନମନ୍ତ୍ରୀ ଥିବା ସମୟରେ ପାକିସ୍ତାନ ସହ ଯୁଦ୍ଧଲଢ଼ି ନିଜର ପରାକ୍ରମ ଦେଖାଇପାରିଥିଲା ଭାରତ । ଶାସ୍ତ୍ରୀ ଦେଶର କୃଷକ ଏବଂ ଶ୍ରମିକମାନଙ୍କର ନେତା ଭାବରେ ମଧ୍ୟ ଜଣାଶୁଣା । ତାଙ୍କ ସ୍ଲୋଗାନ ‘ଜୟ ଜବାନ ଏବଂ ଜୟ କିଶାନ’ ଆଜି ଦେଶ ପାଇଁ ଅମର ହୋଇ ରହିଛି।
ଅଧିକ ପଢ଼ନ୍ତୁ ଭାରତ ଖବର