୫ଶହ ବର୍ଷର ପ୍ରତୀକ୍ଷା ପରେ, ଭବ୍ୟ ହେବ ରାମଲାଲାଙ୍କ ଜନ୍ମୋତ୍ସବ । ନବନିର୍ମିତ ରାମମନ୍ଦିରରେ ପ୍ରଥମ ଥର ପାଇଁ ପାଳନ ହେଉଛି ରାମନବମୀ । ଗର୍ଭଗୃହରେ ଦିବ୍ୟ ରୂପରେ ଝଲସିବେ ବାଲକ୍ ରାମ । ରାମ ନବମୀରେ ମନ୍ଦିର ଗର୍ଭଗୃହକୁ ଉଦ୍ଭାସିତ କରିବ ଆସ୍ଥା, କଳ୍ପନା ଓ ବିଜ୍ଞାନର ଅଭୂତପୂର୍ବ ସମ୍ମିଶ୍ରଣ ।
ଆଜି ମଧ୍ୟାହ୍ନ ୧୨ଟା ସମୟରେ ବାଲକ୍ ରାମ ସୂର୍ଯ୍ୟ ତିଲକରେ ଅଭିଷିକ୍ତ ହେବେ । ୪ ମିନିଟ ଯାଏଁ ସୂର୍ଯ୍ୟ କିରଣରେ ଝଲସିବ ଶ୍ରୀବିଗ୍ରହର ମସ୍ତକରେ ଶୋଭିତ ହୀରା ଓ ମାଣିକ୍ୟ ଖଚିତ ସ୍ୱର୍ଣ୍ଣ ତିଳକ । ଅପ୍ଟି-ମେକାନିକାଲ୍ ସିଷ୍ଟମରେ ସୂର୍ଯ୍ୟାଲୋକକୁ ଗର୍ଭଗୃହ ଯାଏଁ ପଠାଇବାକୁ, ତୃତୀୟ ମହଲା ଉପରେ ଏକ ବଡ଼ ରିଫ୍ଲେକ୍ଟର ବକ୍ସ ଲାଗିଛି।
ଅଧିକ ପଢ଼ନ୍ତୁ ଭାରତ ଖବର