ଶ୍ରୀ ଜେନା ସୂଚନା ଦେଇ କହିଛନ୍ତି ଯେ, ରବିବାର ଦିନ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ରାଜ୍ୟ ଓ ରାଜ୍ୟ ବାହାରର ବହୁ କୃଷି ବୈଜ୍ଞାନିକ ମାନେ ଯୋଗଦାନ କରିବେ । ଦେଶରେ କୃଷିର ବିକାଶ ସହ କୃଷକ ମାନଙ୍କର ଆୟ କିପରି ବୃଦ୍ଧି ହେବ ଏନେଇ ଦିନ ତମାମ ଆଲୋଚନା ଓ ପ୍ରର୍ଯ୍ୟାଲୋଚନା ହେବ । ଆଜି ଅନୁଷ୍ଠିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ସମାଜର ବିଶିଷ୍ଠ ବ୍ୟକ୍ତି, ବୁଦ୍ଧିଜୀବି ଓ କୃଷି ବୈଜ୍ଞାନିକ ମାନେ ଯୋଗଦାନ କରିବେ ବୋଲି ମୁଖ୍ୟ ସମ୍ପାଦକ ଶ୍ରୀ ଜେନା ସୂଚନା ଦେଇଛନ୍ତି ।

ଭୁବନେଶ୍ୱର: ଆଜି ଅର୍ଗସ ନ୍ୟୁଜ୍ର ପ୍ରଥମ ବାର୍ଷିକ ଉତ୍ସବ। ସାଟେଲାଇଟ ହେବାର ଏକ ବର୍ଷ ପୁରଣ କରିଛି ଅର୍ଗସ ନ୍ୟୁଜ୍। ଏହି ଅବସରରେ ଅର୍ଗସ ଏଗ୍ରି କନକ୍ଲେଭ୍-2022 କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। କାର୍ଯ୍ୟକ୍ରମକୁ କେନ୍ଦ୍ରମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ଉଦାଘାଟନ୍ କରିବେ। ଉଦଘାଟନି ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ମୁଖ୍ୟ ଶାସନ ସଚିବ ଯୁଗଳ କିଶୋର ମହାପାତ୍ର, ଆଇସିଏଆରଆର ଡିଜି ଡକ୍ଟର ତ୍ରିଲୋଚନ ମହାପାତ୍ର ଓ ପଦ୍ମଶ୍ରୀ ସୁଶ୍ରୀ ସାବରମତୀ ପ୍ରମୁଖ ଯୋଗଦେବେ। ଉଦଯାପନୀ ଉତ୍ସବରେ କେନ୍ଦ୍ର ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ମନ୍ତ୍ରୀ ସଞ୍ଜୀବ କୁମାର ବାଲ୍ୟାନ୍, ପଦ୍ମଶ୍ରୀ ବଟକୃଷ୍ଣ ସାହୁ, ଆଇସିଏଆରଆର ନିର୍ଦ୍ଦେଶକ ଅଜିତ୍ ଶାସାନୀ ଓ ନ୍ୟାସନାଲ୍ କୋଅପରେଟିଭ୍ ଡେଭେଲପମେଣ୍ଟ କର୍ପରେସନ ଏମ୍ଡି ସୁନଦୀପ କୁମାର ନାୟକ ପ୍ରମୁଖ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏନେଇ ସୂଚନା ଦେଇଛନ୍ତି ଅର୍ଗସର ମୁଖ୍ୟ ସମ୍ପାଦକ ସଞ୍ଜୟ କୁମାର ଜେନା ।

ଅର୍ଗସ ବ୍ୟୁରୋ : ବାହାନଗା ହାଇସ୍କୁଲ ପରିସରର କୁଢ କୁଢ ଶବ। ପଲିଥିନ୍ ଆଉ ଧଳା କାନାର ଆବରଣ ଶୋଇଛନ୍ତି ନିର୍ଜିବ ମଣିଷ। ସମସ୍ତେ ଅପରିଚିତ, ସମସ୍ତେ ନିଥର। କିନ୍ତୁ ଏଇ ଶବ ଗଦା ଭିତରେ ଗୋଟାଏ ହାତ ଥରୁଥିଲା। କହୁଥିଲା, ମୋତେ ଏ ବିବତ୍ସ ପରିବେଶ ଭିତରୁ ମୁକ୍ତି ଦିଏ। ମୃତ ମୁଁ ନୁହେଁ, ମୁଁ ଜୀବିତ। ଦେଖିଲା ଲୋକେ ଚମକି ପଡିବା ସ୍ବଭାବିକ୍। କିନ୍ତୁ ଶବ ଗଦା ଭିତରୁ ଏହି ହାତ ହିଁ କହିଥିଲା, ମୁଁ ବିଶ୍ବଜିତ୍ ଆଜି ମୃତ୍ୟୁଞ୍ଜୟି ହୋଇଛି। ମୃତ୍ୟୁର ପଞ୍ଝାରୁ ମୁକୁଳି ଆସିଛି।
ଦର୍ଶକବନ୍ଧୁ ଆପଣ ଏ ଅବତାରଣା ଶୁଣିବା ପରେ ଭାବୁଥିବେ, ଆମ ସତ କହୁଛୁ ନା ଗପ କହୁଛୁ। ନା...ଆଜ୍ଞା ଏହା ଗପ ନୁହେଁ। ବାହାନଗା ଟ୍ରେନ ଟ୍ରାଜିଡିର ଗୋଟେ ଚମକାଇଲା ଭଳି ଖବର। ମରଣ ମୁହଁରୁ ବଞ୍ଚି ଯାଇଥିବା ଏ ବ୍ୟକ୍ତି ଜଣକ ହେଉଛନ୍ତି ପଞ୍ଚିମବଙ୍ଗର ୨୪ ବର୍ଷିୟ ବିଶ୍ବଜିତ ମଲ୍ଲିକ।
ଜୁନ ୨ ତାରିଖରେ ସାଲିମାର ଷ୍ଟେଶନରେ କରୋମଣ୍ଡଳ ଏକ୍ସପ୍ରେସରେ ଚଢିଥିଲେ ହେଳାରାମ ମଲ୍ଲିକଙ୍କ ପୁଅ ବିଶ୍ବଜିତ୍। ହେଲେ ଗନ୍ତବ୍ୟସ୍ଥଳରେ ପହଞ୍ଚିବା ଆଗରୁ ଟ୍ରେନ ଦୁର୍ଘଟଣାଗ୍ରସ୍ତ ହେଲା। ଖବର ପାଇଁ ହେଳାରାମ ଆଉ ହେଳା ନ କରି ଧାଇଁ ଆସିଲେ ବାଲେଶ୍ବର। ତାଙ୍କ ପୁଅ ବଞ୍ଚିବ ଏଇ ଆଶାରେ ସେ ଆମ୍ବୁଲାନ୍ସ ନେଇ ଦୀର୍ଘ ୨୩୦ କିମି ପଥ ଅତିକ୍ରମ କଲେ। ବାହାନଗାରେ ପହଞ୍ଚି ଛାତିକୁ ପଥର କରି ଗୋଟି ଗୋଟି ମୃତଦେହ ତନଖି କଲେ।
ମିରାକଲ ହେଲା। ଚମକିପଡିଲେ ହେଳାରାମ। ଶବ ଗଦା ଭିତରେ ତାଙ୍କ ପୁଅ ବଞ୍ଚିଥିଲା। ବାପାର ବିଶ୍ବାସ ରହିଗଲା। ତୁରକ୍ତ ତାଙ୍କୁ ବାଲେଶ୍ବର ଡାକ୍ତରଖାନାକୁ ଅଣାଗଲେ। ଚିକିତ୍ସା ପରେ ବିଶ୍ବଜିତ ଏବେ ସୁସ୍ଥ ଅଛନ୍ତି ବୋଲି ସୂଚନା ମିଳିଛି। ଯିଏ ଦେଖୁଛି ସିଏ କହୁଛି, ଯାହାକୁ ରଖିବେ ଅନନ୍ତ କି କରି ପାରେ ବଳବନ୍ତ।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର
