ବିଶ୍ୱରେ ଜଳ ଅଭାବର ପଶ୍ଚାତରେ ରହିଥିବା ପ୍ରଧାନ କାରଣ ହେଉଛି ଜଳ ପ୍ରଦୂଷଣ । ଜଳ ପ୍ରଦୂଷଣ ଓ ଅପଚୟକୁ ନ ରୋକିଲେ ଜଳର ଅଭାବ ଦୂର ହେବାର କୌଣସି ଆଶା ନାହିଁ । ଜଳ ସମସ୍ୟା ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଓ ସମସ୍ୟାର ସମାଧାନ ନିମନ୍ତେ ବିହିତ ପଦକ୍ଷେପ ଗ୍ରହଣ କରିବା ଲକ୍ଷ୍ୟ ନେଇ ୧୯୯୩ ମସିହାଠାରୁ ପ୍ରତିବର୍ଷ ମାର୍ଚ୍ଚ ୨୨ ତାରିଖରେ ପାଳିତ ହୋଇଆସୁଛି ‘ବିଶ୍ୱ ଜଳ ଦିବସ’ ।
ଅଧିକ ପଢନ୍ତୁ ଭାରତ ଖବର
ବିଶ୍ୱର କୋଣ ଅନୁକୋଣରେ ସ୍ୱଚ୍ଛ ଏବଂ ସୁରକ୍ଷିତ ଜଳ ଉପଲବ୍ଧ କରାଇବା ସହ ଜଳ ସଂରକ୍ଷଣର ଗୁରୁତ୍ବ ତଥା ଆବଶ୍ୟକତା ବିଷୟରେ ଜନସଚେତନତା ସୃଷ୍ଟି କରିବା ଏହାର ମୂଳ ଲକ୍ଷ୍ୟ । ପ୍ରଥମ ଥର ପାଇଁ ୧୯୯୨ ମସିହାରେ ବ୍ରାଜିଲସ୍ଥିତ ରିଓ ଡି ଜେନେରିଓ ଠାରେ ମିଳିତ ଜାତିସଂଘ ଦ୍ବାରା ଆୟୋଜିତ ଜଳବାୟୁ ଓ ବିକାଶ ସମ୍ମିଳନୀରେ ବିଶ୍ୱ ଜଳ ଦିବସ ପାଳନ କରାଯିବା ନିଷ୍ପତ୍ତି ନିଆଯାଇଥିଲା । ଏହି ଦିବସ ପାଳନ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ ଜରିଆରେ ସ୍ୱଚ୍ଛ ଏବଂ ସୁରକ୍ଷିତ ଜଳର ଉପାଦେୟତା ସଂପର୍କିତ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଶିବିର, ଶୋଭାଯାତ୍ରା, ଆଲୋଚନାଚକ୍ର ଇତ୍ୟାଦିର ଆୟୋଜନ କରାଯାଏ । ’