ଶ୍ରୀ ପ୍ରଧାନ ଆବୁଧାବୀରେ ରହୁଥିବା ପ୍ରବାସୀ ଓଡ଼ିଆଙ୍କ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ କହିଛନ୍ତି, ଓଡ଼ିଆ ସମାଜ ଏକ ଜୀବନ୍ତ ସମାଜ । ଆମ ଓଡ଼ିଆଙ୍କ ପାଖରେ ବୈଶ୍ୱିକ ନେତୃତ୍ୱ ନେବାର ସବୁ ଗୁଣ ଅଛି । ଅତୀତରେ ଆମ ସମୃଦ୍ଧ ରାଜ୍ୟ ଓଡ଼ିଶା ନୌବାଣିଜ୍ୟ ଅର୍ଥନୀତି ରାଜ୍ୟ ଥିଲା । ଆମେ ପୂର୍ବରୁ ସମ୍ପନ୍ନ ଥିବା କାରଣରୁ ହଜାର ହଜାର ବର୍ଷ ପୂର୍ବରୁ କୋଣାର୍କ ଓ ଲିଙ୍ଗରାଜ ମନ୍ଦିର ଭଳି ବଡ ବଡ ମନ୍ଦିର ତିଆରି କରିଥିଲେ । ଆମେ କଳିଙ୍ଗ ଯୁଦ୍ଧ ମାଧ୍ୟମରେ ସମ୍ରାଟ ଅଶୋକଙ୍କୁ ଚଣ୍ଡାଶୋକରୁ ଧର୍ମାଶୋକରେ ପରିଣତ କରିବା ପାଇଁ ବାଧ୍ୟ କରିଥିଲେ । ତିର୍ତ୍ତୋଲରେ ଥିବା ଓଡଙ୍ଗଗଡ ଓଡ଼ିଶାର ପୁରାତନ ସଭ୍ୟତାର ପରିଚୟ ଦେଉଛି । ଆମର ରଘୁରାଜପୁରର ପଟ୍ଟଚିତ୍ର, ଇକତ୍ ନିଖୁଣ କାରିଗରୀରର ପରିଚୟ ଦେଉଛି । ହଜାର ହଜାର ବର୍ଷ ତଳୁ ଓଡ଼ିଆ ଲୋକଙ୍କ ଦ୍ୱାରା ତିଆରି ହୋଇଥିବା ସୃଜନଶୀଳତା ଏବେ ବି ଲୋକଙ୍କ ମଧ୍ୟରେ ଉନ୍ମାଦନା ତିଆରି କରୁଛି । ଆଜି ନୂଆ ସଂସଦ ଭବନ, ଭାରତ ମଣ୍ଡପମରେ କୋଣାର୍କ ଚକ୍ର ଅଛି । ଜି-୨୦ରେ କୋଣାର୍କ ଚକ୍ର ତଳେ ବିଶ୍ୱର ନେତା ମାନଙ୍କୁ ସ୍ୱାଗତ କରାଯାଉଛି ।
ସବୁଠୁ ଗୁରୁତ୍ଵପୂର୍ଣ୍ଣ କଥା ହେଲା, ଯେତେବେଳେ କେନ୍ଦ୍ରମନ୍ତ୍ରୀ ବିଦେଶ ଗସ୍ତରେ ଥାଆନ୍ତି, ପ୍ରବାସୀ ଓଡ଼ିଆଙ୍କୁ ଭେଟିବାକୁ କେବେ ଭୁଲିନାହାନ୍ତି । ଆଉ ତିନିଦିନିଆ ଓଡ଼ିଶା ଗସ୍ତରେ ଥିବା ବେଳେ ଓଡ଼ିଆ ମନ୍ଦିର ବୁଲି ବେଶ ଖୁସି ବ୍ୟକ୍ତ କରିଛନ୍ତି ଧର୍ମେନ୍ଦ୍ର ।
ଅଧିକ ପଢନ୍ତୁ ଭାରତ ଖବର...