ନୂଆଦିଲ୍ଲୀ/ଭୁବନେଶ୍ୱର: ଇଣ୍ଡିଆନ୍ ଅଏଲ୍ ଓ ଯୁକ୍ତ ରାଷ୍ଟ୍ର ଆମୋରିକାର ଏକ୍ସନ୍ ମୋବିଲ କର୍ପୋରେସନ୍ ମଧ୍ୟରେ ଏକ ବୁଝାମଣା ସ୍ୱାକ୍ଷରିତ ହୋଇଛି । ଏହା ଭାରତର ଅପହଂଚ ଅଂଚଳରେ ପ୍ରାକୃତିକ ଗ୍ୟାସ୍ ଯୋଗାଣରେ ବେଶ୍ ସହାୟକ ହେବ ବୋଲି ଟ୍ୱିଟ୍ କରି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଶ୍ରୀ ପ୍ରଧାନ କହିଛନ୍ତି, ଏକ୍ସନ ମୋବିଲ ସହ ଇଣ୍ଡିଆନ୍ ଅଏଲ୍ର ବୁଝାମଣା ସ୍ୱାକ୍ଷର ଆଧାରରେ ଦେଶର ପାଇପ୍ ଲାଇନ୍ ଯୋଗେ ପ୍ରାକୃତିକ ଗ୍ୟାସ୍ ନପହଞ୍ଚି ପାରୁଥିବା ଅଂଚଳରେ ଏକ୍ସନ୍ ମୋବିଲ ରେଳ, ରାସ୍ତା ଓ ଜଳ ପଥରେ ପ୍ରାକୃତିକ ଗ୍ୟାସ୍ ପହଞ୍ଚାଇବ । ଏହି ଯୋଗାଣ ପ୍ରକ୍ରିୟା ସୁରକ୍ଷିତ, ଭରସାଯୋଗ୍ୟ ଏବଂ କମ୍ ଖର୍ଚ୍ଚରେ ହୋଇପାରିବ ବୋଲି ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି ।
ଅର୍ଗସ ବ୍ୟୁରୋ : କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ତାଙ୍କ ନୂଆଦିଲ୍ଲୀ ସ୍ଥିତ ବାସଭବନରେ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀର ୨ ନମ୍ବର ଜୋନର ପୋକତୁଙ୍ଗା ପଞ୍ଚାୟତର ବରିଷ୍ଠ କଂଗ୍ରେସ ନେତା ଫକୀର ମୋହନ ପ୍ରଧାନଙ୍କ ସମେତ ଅନେକ କଂଗ୍ରେସ ଓ ବିଜେଡ଼ି ଦଳର ସଦସ୍ୟମାନେ ବିଜେପିରେ ଯୋଗଦେଇଛନ୍ତି ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ସମସ୍ତଙ୍କୁ ଦଳରେ ସ୍ୱାଗତ କରିବା ସହ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୀତି ଆଦର୍ଶ ଓ ଜନକଲ୍ୟାଣକାରୀ ଯୋଜନାରେ ଅନୁପ୍ରାଣିତ ହୋଇ ଦଳରେ ସାମିଲ ହୋଇଥିବାରୁ ଧନ୍ୟବାଦ । ସମସ୍ତଙ୍କ ଯୋଗଦାନ ଅନୁଗୋଳ ସମେତ ଓଡ଼ିଶାରେ ଦଳୀୟ ସଂଗଠନକୁ ଆହୁରି ସୁଦୃଢ଼ କରିବ । ରାଜ୍ୟରେ ପ୍ରଧାନମନ୍ତ୍ରୀଙ୍କ ହାତମୁଠାକୁ ଟାଣ କରିବା ପାଇଁ କାର୍ଯ୍ୟକର୍ତ୍ତାମାନଙ୍କୁ ପରିଶ୍ରମ କରିବା ଏବଂ ତାଙ୍କର ବିକାଶର ନାରା ଓ କଲ୍ୟାଣକାରୀ ଯୋଜନାକୁ ଘରେ ଘରେ ପହଞ୍ଚାଇବା ପାଇଁ ଶ୍ରୀ ପ୍ରଧାନ ପରାମର୍ଶ ଦେଇଥିଲେ ।
ଏହି ମିଶ୍ରଣ ପର୍ବରେ ପୋକତୁଙ୍ଗା ସେବା ସମବାୟ ସମିତିର ସଭାପତି ମାମିଲତା ପ୍ରଧାନ, କଂଗ୍ରେସ ନେତା ରଞ୍ଜନ ସାହୁ, ବିଜେଡି ନେତା ଦେବାଞ୍ଜନ ଦେହୁରୀ ଯୋଗଦେଇଥିଲେ । ସେହିପରି ଅଜୟ ପ୍ରଧାନ, ଅମର ବେହେରା, ସୁଶାନ୍ତ ସାହୁ, ଦୁଷ୍ମନ୍ତ ପ୍ରଧାନ, ଅରୁଣ ପ୍ରଧାନଙ୍କ ସମେତ କଂଗ୍ରେସ ଓ ବିଜେଡି ଦଳର ସଦସ୍ୟମାନେ ସାମିଲ ହୋଇଥିଲେ ।
କଳାହାଣ୍ଡି: ବିଲମ୍ବରେ ଖୋଲିଲା ମୁଖିଗୁଡା ସମବାୟ ସମିତି ଅଧିନରେ ଥିବା ବିଭିନ୍ନ ମଣ୍ଡି। ମରୁଡି ସହି ସ୍ବଳ୍ପ ପରିମାଣର ଅମଳ ହୋଇଥିବା ବେଳେ କମ ଦିନରେ ଅମଳ ସରିଯାଇଥିଲା। ମେଘୁଆ ପାଗ ପାଇଁ ଚିନ୍ତାରେ ଥିଲେ ଚାଷୀ। ଅନ୍ୟପଟେ ନଭେମ୍ବର ପହିଲାରୁ ମଣ୍ଡି ଖୋଲିବାକୁ ଦାବି ହେଉଥିଲା। କିନ୍ତୁ ମଣ୍ଡି ଖୋଲିନଥିଲା, ଯାହାର ଫାଇଦା ନେଇ ଦଲାଲ କମଦରରେ ଧାନକିଣି ଛତିଶଗଡ କୁ ଚାଲାଣ କରୁଥିଲେ।୨୯ ତାରିଖ ମଣ୍ଡି ଖୋଲିବା ପରେ ମଧ୍ୟ ଅବ୍ୟବସ୍ଥା ସାମ୍ନା କୁ ଆସିଥିଲା।
କଟନି ଛଟନି ନାଁ ରେ ୫ରୁ ୧୦ କେଜି ପ୍ରତି କ୍ଵିଣ୍ଟାଲ ରେ ଅନୁମାନ କରି କାଟୁଛନ୍ତି। ନ ହେଲେ ଧାନ ଉଠେଇବା ପାଇଁ ମନାକରୁଛନ୍ତି, ଟୋକେନ ନୁହେଁ ମିଲର୍ସ ଙ୍କ ଇଚ୍ଛା ଅନୁସାରେ ଧାନ ବିକ୍ରି ହେଉଛି। ସମବାୟ ସମିତି ଧାନ କିଣି ମିଲର୍ସ କୁ ଦେବା ବଦଳରେ ମିଲର୍ସ ଏଜେଣ୍ଡ ଚାଷୀ ଙ୍କୁ ଶୋଷଣ କରୁଛନ୍ତି। ମଣ୍ଡି ମାନଙ୍କରେ ଚାଷୀଙ୍କ ପାଇଁ କୌଣସି ବ୍ୟବସ୍ଥା ନାହିଁ, ଆରଏମସି କୁ କୋଟି କୋଟି ଟଙ୍କା ଆସୁଛି ହେଲେ ଚାଷୀଙ୍କ ପାଇଁ ବ୍ୟବସ୍ଥା କାହିଁକି ହେଉନାହିଁ ବୋଲି ପ୍ରଶ୍ନ କରିଥିଲେ ଚାଷୀ।
ଅଧିକ ପଢନ୍ତୁ ଓଡ଼ିଶା ଖବର