ଏହାର ମୂଲ୍ୟ ୮୦୦ ଟଙ୍କା ରହିଥିବା ବେଳେ ଏହା ଉପରେ ୫ ପ୍ରତିଶତ ଜିଏସଟି ଲାଗୁ ହେବ। ଏହି ମୂଲ୍ୟ ସରକାରଙ୍କ ଦ୍ୱାରା ଧାର୍ଯ୍ୟ କରାଯାଇଥିବା ବେଳେ ଏହାକୁ ୧୦୦୦ଟଙ୍କାକୁ ବଢାଇବାକୁ କମ୍ପାନୀ ଚାହୁଁଥିବା ଜଣାପଡିଛି। ତେବେ ହସପିଟାଲ ପକ୍ଷରୁ ସେମାନଙ୍କର ଅତିରିକ୍ତ ଚାର୍ଜ ମିଶାଇ ପାରନ୍ତି । କୋୱିନ୍ ପ୍ଲାଟଫର୍ମରେ ମଧ୍ୟ ଏହି ନାଜାଲ ଭ୍ୟାକ୍ସିନ୍ ଉପଲବ୍ଧ ହେବ। ଏହାକୁ ୧୮ ବର୍ଷରୁ ଉର୍ଦ୍ଧ୍ୱ ବୟସ୍କ ଲୋକଙ୍କୁ ଦିଆଯାଇପାରିବ।
କୋଭିଡ୍ ଚିକିତ୍ସା କ୍ଷେତ୍ରରେ ଭାରତ ରଚିବ ପୁଣି ଏକ ନୂଆ ଇତିହାସ

ଅର୍ଗସ ବ୍ୟୁରୋ : କୋଭିଡ୍ ଚିକିତ୍ସା କ୍ଷେତ୍ରରେ ଭାରତ ରଚିବ ପୁଣି ଏକ ନୂଆ ଇତିହାସ । ଜାନୁଆରୀ ୨୬ରେ ଲଞ୍ଚ୍ ହେବ ଭାରତ ବାୟୋଟେକ ପ୍ରସ୍ତୁତ ବିଶ୍ଵର ପ୍ରଥମ ନାଜାଲ୍ କରୋନା ଟିକା । ଭାରତ ବାୟୋଟେକ ନାକରେ ପଡ଼ି ପାରୁଥିବା କୋଭିଡ୍ ଟିକା INCOVACC କୁ ଲଞ୍ଚ କରିବ। ଏନେଇ ଭୋପାଳରେ ଆୟୋଜିତ ଭାରତ ଅନ୍ତର୍ଜାତୀୟ ବିଜ୍ଞାନ ମହୋତ୍ସବରେ କମ୍ପାନୀ ଚେୟାରମ୍ୟାନ ତଥା ଏମଡି କ୍ରିଷ୍ଣା ଇଲ୍ଲା ସୂଚନା ଦେଇଛନ୍ତି। ଗଣତନ୍ତ୍ର ଦିବସ ଅବସରରେ ଏହି ନାଜାଲ ଟିକାକୁ ଲଞ୍ଚ କରାଯିବ । ଭାରତ ବାୟୋଟେକ ଦ୍ୱାରା ପ୍ରସ୍ତୁତ ଏହି ଭ୍ୟାକସିନର ନାମ INCOVACC ରହିଛି ।
Download Argus News App
