ଅର୍ଗସ ବ୍ୟୁରୋ: ବିଶ୍ୱ ଏଡ୍ସ ଦିବସ, ଡିସେମ୍ବର ୧ରେ ପ୍ରତିବର୍ଷ ପାଳିତ ହୋଇଥାଏ । ଏହା ଏଡ୍ସ (AIDS)ର ସଂକ୍ରମଣକୁ ପ୍ରତିରୋଧ କରିବା ନିମନ୍ତେ ପାଳନ କରାଯାଇଥାଏ । ସରକାରୀ ଓ ସ୍ୱାସ୍ଥ୍ୟ କର୍ମଚାରୀମାନେ ଏହି ଦିନଟିକୁ ଏଡ୍ସ ବାବଦରେ ଭାଷଣ ଦେଇ ଜନ ସଚେତନତା ତିଆରି କରି ପାଳନ କରିଥାନ୍ତି । ୧୯୯୫ ଠାରୁ ଯୁକ୍ତରାଷ୍ଟ୍ର ଆମେରିକାର ରାଷ୍ଟ୍ରପତି ଏହାକୁ ସରକାରୀ ତାଲିକାଭୁକ୍ତ କରିଥିଲେ । ବାକି ଦେଶରେ ମଧ୍ୟ ଏହି ଦିନ ଏଡ୍ସ ଦିବସ ପାଳନ କରାଯାଇଥାଏ ।
୧୯୮୧ରୁ ୨୦୦୭ ଭିତରେ ଏଡ୍ସ ଯୋଗୁଁ ୨୫ ମିଲିଅନରୁ ଅଧିକ ଲୋକ ଜୀବନ ହରାଇଛନ୍ତି । ୨୦୦୭ ବେଳକୁ ପାଖାପାଖି ୩୩.୨ ମିଲିଅନ ବିଶ୍ୱରେ ଏଡ୍ସରେ ଆକ୍ରାନ୍ତ ହୋଇଥିଲେ ।
ସେପଟେ ବିଶ୍ୱ ଏଡ୍ସ ଦିବସରେ ସଚେତନାତା ବାର୍ତ୍ତା ବାଣ୍ଟିବା ପାଇଁ ସମସ୍ତେ ପ୍ରସ୍ତୁତ । ଏହି ଅବସରରେ ଏଡ୍ସ ପ୍ରତି ଲୋକଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ଓଡିଶାର କ୍ଷୁଦ୍ର ଶିଳ୍ପି ଏଲ ଇଶ୍ୱର ରାୱ କାଚ ବୋତଲ ଭିତରେ ତିଆରି କରିଛନ୍ତି ଏଡ୍ସ୍ ଦିବସର ଲୋଗୋ । ଏହାକୁ ତିଆରି କରିବା ପାଇଁ ତାଙ୍କୁ ଦୁଇ ଦିନର ସମୟ ଲାଗିଥିଲା । ଏଥିର ସେ କାଗଜର ବ୍ୟବହାର କରିଥିବା ବେଳେ ଏହାର ଉଚ୍ଚତା ୦୬ ଇଞ୍ଚ ରହିଛି । ଏଡ୍ସକୁ ଦୂରିକରଣ କରିବାର ବାର୍ତ୍ତା ଇଶ୍ୱର ଏହି କଳାକୃତି ମାଧ୍ୟମରେ ଦେଇଛନ୍ତି ।
ଏହାସହ ବାଲୁକାଶିଳ୍ପି ଶୁଦର୍ଶନ ପଟ୍ଟନାୟକ ମଧ୍ୟ ପୁରୀ ବେଳାଭୂମିରେ ଏଡ୍ସ ଦିବସ ଉପଲକ୍ଷେ ବାଲୁକା କଳା ମାଧ୍ୟମରେ ସଚେତନତା ବାର୍ତ୍ତା ବାଣ୍ଟିବାକୁ ପ୍ରୟାସ କରିଛନ୍ତି ।
ଅର୍ଗସ ବ୍ୟୁରୋ : ନୟାଗଡ଼ ଜିଲ୍ଲା ଚାନ୍ଦପୁର ଥାନା ଅଧୀନସ୍ଥ ଓସ୍ତପଡା ଗ୍ରାମ କାଜୁ ଜଙ୍ଗଲରେ ଚାଲିଥିଲା ଜୁଆ ଆଡ୍ଡା । ବିଶେଷ ସୂତ୍ରରୁ ଖବର ପାଇ ଚାନ୍ଦପୁର ପୋଲିସ ଚଢ଼ାଉ କରି ୩ ଜଣ ଜୁଆଡିଙ୍କୁ ଗିରଫ କରିବା ସହିତ ଜୁଆ ଖେଳରେ ବ୍ୟବହୃତ ସାମଗ୍ରୀ ଜବତ କରିଛି । ଘୁଡୁଘୁଡ଼ିଆ ପାଲି- ଗୋଟି, ୬ ଟି ମୋଟର ସାଇକେଲ, ୩ ଟି ମୋବାଇଲ ଏବଂ ନଗଦ ୩୫ ହଜାର ୬୭୦ ଟଙ୍କା ଜବତ କରିଛି ଚାନ୍ଦପୁର ପୋଲିସ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଗିରଫ ଅଭିଯୁକ୍ତ ମାନେ ହେଲେ ଖୋର୍ଦ୍ଧା ଅଞ୍ଚଳର ପଲାହାଟ ଗ୍ରାମର ଉଚ୍ଚବ ପ୍ରଧାନ, ଭୁଷଣ୍ଡପୁର ଗ୍ରାମ ଉରୁମୁଖି ସାହିର ବ୍ରଜ ବେହେରା ଓ ନୟାଗଡ଼ ଜିଲ୍ଲା ଚାନ୍ଦପୁର ଥାନା ଅଧିନସ୍ଥ କନ୍ଧନୟାଗଡ଼ ଗ୍ରାମର ଗଣେଶ ବେହେରା । ଅଭିଯୁକ୍ତ ମାନଙ୍କୁ କୋର୍ଟ ଚାଲାଣ କରାଯାଇଛି ବୋଲି ଚାନ୍ଦପୁର ଥାନା ଅଧିକାରୀ ଜଗଦୀଶ କର ସୂଚନା ଦେଇଛନ୍ତି
ଅର୍ଗସ ବ୍ୟୁରୋ : ମାହାଙ୍ଗା ଡବଲ ମର୍ଡର ମାମଲାରେ କୋର୍ଟଙ୍କ ନିର୍ଦେଶରେ ଦଫା ୩୦୨ ଲାଗିବା ପରେ ହତାସ ହୋଇପଡ଼ିଛନ୍ତି ପ୍ରତାପ ଜେନା । କୋର୍ଟଙ୍କ ନିର୍ଦ୍ଦେଶ ପଛରେ ରାଜନୈତିକ ଚକ୍ରାନ୍ତ ଥିବା କହିଛନ୍ତି ବିଜେଡିର ପାୱାରଫୁଲ ପ୍ରତାପ । ସେ ନିର୍ଦ୍ଦୋଶ ତାଙ୍କୁ ଚକ୍ରାନ୍ତ କରି ଫସାଯାଇଥିବା ସଫେଇ ଦେଇଛନ୍ତି ପ୍ରତାପ ଜେନା ।
ଅଧିକ ପଢନ୍ତୁ : ବିଜେଡି ବିଧାୟକ ପ୍ରତାପ ଜେନାଙ୍କ ବିରୋଧରେ ବଡ଼ ପ୍ରମାଣ
ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ନାଁରେ ଲାଗିଛି 302, 120 ବି ଓ 506 । ଦଫା ୩୦୨ ଲାଗିବା ପରେ ଗିରଫ ନେଇ ପ୍ରତାପଙ୍କ ମନରେ ପଶିଛି କି ଛନକା ? ସେଥିପାଇଁ ହତାସ ହୋଇ ଦେଇଛନ୍ତି କି ଏପରି ବୟାନ ?