ଏହି ସମୟରେ ପବନର ବେଗ ୬୫ ରୁ ୭୫ କି.ମି ତଥା ସର୍ବାଧିକ ୮୫ କି.ମି ଯାଏଁ ରହିବାର ସମ୍ଭାବନା ରହିଛି । ତାମିଲନାଡୁ, ଆନ୍ଧ୍ରପ୍ରଦେଶ ଓ ପୁଡ୍ଡୁଚେରୀରେ ୟେଲୋ ଆଲର୍ଟ ଜାରି କରାଯାଇଛି । ତେବେ ଓଡିଶା ଉପରେ ଏହାର ସିଧାସଳଖ ପ୍ରଭାବ ନଥିଲେ ମଧ୍ୟ ବାହ୍ୟ ବଳୟ ସହ ଜଡିତ ମେଘ ସମୂହ ପ୍ରଭାବରେ ୧୦ ଓ ୧୧ ତାରିଖରେ ଦକ୍ଷିଣ ଓଡିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।
ଆଗାମୀ ୨୪ ଘଣ୍ଟା ପରେ ବଢିବ ରାତ୍ରି ତାପମାତ୍ରା । କମିବ ଶୀତ । ଆଗାମୀ ୨୪ଘଣ୍ଟା ଯାଏଁ ରାତ୍ରି ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନଥିବାବେଳେ ପରବର୍ତ୍ତୀ ସମୟରେ ରାତ୍ରି ତାପମାତ୍ରା ରାଜ୍ୟର ଅନେକ ସ୍ଥାନରେ ୨ ରୁ ୪ ଡ଼ିଗ୍ରୀ ଯାଏଁ ବୃଦ୍ଧି ହେବାର ସମ୍ଭାବନା ଥିବାରୁ ଶୀତର ପ୍ରଭାବ କମିବ।