ମଧ୍ୟରାତ୍ରିରେ ସ୍ଥଳଭାଗ ଛୁଇଁଥିଲା ବାତ୍ୟା ରେମାଲ । ଦୀର୍ଘ 4 ଘଣ୍ଟା ଧରି ଲ୍ୟାଣ୍ଡଫଲ ପ୍ରକ୍ରିୟା ଜାରି ରହିଥିଲା । ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳ ମଧ୍ୟରେ ହେଲା ଲ୍ୟାଣ୍ଡଫଲ୍ । 135 କିଲୋମିଟର ବେଗରେ ବୋହିଲା ପବନ । ପ୍ରାୟ 6 ଘଣ୍ଟା ଧରି ଜାରି ରହିଥିବା ପବନ ଓ ପ୍ରବଳ ବର୍ଷା । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ରେମାଲ୍’ ବାଂଲାଦେଶ ଓ ପଶ୍ଚିମବଙ୍ଗରେ ମାଡ ହୋଇଛି ।
ବାତ୍ୟା ଅତିକ୍ରମ କରିବା ସମୟରେ ପବନର ବେଗ ଘଣ୍ଟାକୁ 130 କିଲୋମିଟରୁ ଅଧିକ ରହିଥିଲା । ବାତ୍ୟାକୁ ଦେଖି ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା, ଉତ୍ତର ଚବିଶ ପ୍ରଗଣା, ପୂର୍ବ ମେଦିନୀପୁର, କୋଲକାତା, ହାୱଡା, ହୁଗୁଳି ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରିଥିଲା ପୂର୍ବ ମେଦିନିପୁର ଜିଲ୍ଲା ପ୍ରଶାସନ । ତେବେ ପ୍ରବଳ ବର୍ଷା ଓ ପବନ କାରଣରୁ ବହୁ ସ୍ଥାନରେ ଗଛ ଉପୁଡି ପଡିଥିବାରୁ ଏନଡିଆରଏଫ୍ ପକ୍ଷରୁ ଉଦ୍ଧାର କାର୍ଯ୍ୟକୁ ଜୋରଦାର କରାଯାଇଛି ।
ସ୍ଥଳଭାଗ ଛୁଇଁଲା ବାତ୍ୟା ରେମାଲ, ଦୀର୍ଘ 4 ଘଣ୍ଟା ଧରି ଚାଲିଲା ଲ୍ୟାଣ୍ଡଫଲ ପ୍ରକ୍ରିୟା