ଭୁବନେଶ୍ୱର: ଆସନ୍ତା ଦୁଇ ଦିନ ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡି ସମ୍ଭାବନା । ଆଗାମୀ 5 ଦିନ ପର୍ଯ୍ୟନ୍ତ ରାଜ୍ୟର ପାଣିପାଗରେ ହେବନି କୌଣସି ପରିବର୍ତ୍ତନ ।
ରାଜ୍ୟର ପାଗ ମୁଖ୍ୟତଃ ଶୁଖିଲା ରହିବ। ତେବେ, ଆଗାମୀ 2 ଦିନ ପର୍ଯ୍ୟନ୍ତ ଆଭ୍ୟନ୍ତର ଓଡ଼ିଶା, ଦକ୍ଷିଣ ଆଭ୍ୟନ୍ତର ଓଡ଼ିଶା, ଉପକୂଳ ଓଡ଼ିଶା ଓ ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାରେ ରାତିର ତାପମାତ୍ରାରେ ହ୍ରାସ ପାଇବ । ଲୋକଙ୍କୁ ଶୀତ ଅନୁଭୂତ ହେବା ସହ କରକାପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।
ରାଜ୍ୟର ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘନ କୁହୁଡ଼ି ହେବାର ସମ୍ଭାବନା ଅଧିକ ରହିଛି । ସେହିପରି ବୁଧବାର ଉତ୍ତର ଉପକୂଳ ଓଡିଶା ଏବଂ ଦକ୍ଷିଣ ଉପକୂଳ ଓଡିଶାର ମୟୂରଭଞ୍ଜ, କନ୍ଧମାଳ, ରାୟଗଡା, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି ।