ବନ୍ଧୁ ଏମିତି ବାମ୍ଫ ଦେଇଛି, ନା ସହି ହେଉଛି ନା କହି ହେଉଛି
ଭୁବନେଶ୍ୱର: ଆଜି ରାଜ୍ୟରେ ୩ଦିନ ଯାଏଁ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା । ବର୍ଷା ଓ ଘଡ଼ଘଡ଼ି ନେଇ ବୁଧବାର ୧୧ ଜିଲା, ୧୮ ତାରିଖ ଗୁରୁବାର ଓ ୧୯ ତାରିଖ ଶୁକ୍ରବାର ପାଇଁ ୧୨ଟି ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏନେଇ ମଙ୍ଗଳବାର ସତର୍କ କରାଇଛି ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଭାଗ ।
ବୁଧବାର ରାଜ୍ୟର ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ନୂଆପଡ଼ା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଅନୁଗୁଳ, ବଲାଙ୍ଗୀର ଓ ବରଗଡ଼ ଜିଲାରେ ହାଲୁକା କିମ୍ବା ମଧ୍ୟମଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ସେହିପରି ଗୁରୁବାର ରାଜ୍ୟର ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା, ବରଗଡ଼, ବଲାଙ୍ଗୀର, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ।