ଅର୍ଗସ ବ୍ୟୁରୋ: କୋରୋନା ମୁକାବିଲା ପାଇଁ ୨୨୦୦ କୋଟି ଟଙ୍କାର ପ୍ୟାକେଜ୍ ଘୋଷଣା । କୋରୋନା ମୁକାବିଲା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୨୨୦୦ କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଛନ୍ତି। କରୋନା କଟକଣା ଯୋଗୁ ଗରିବମାନଙ୍କର ଜୀବନଜୀବିକା ପ୍ରଭାବିତ ହୋଇଛି। ଏହାକୁ ଦୃଷ୍ଟିରେ ରଖି ଗରିବ କଲ୍ୟାଣ ଲାଗି ଏହି ୨୨୦୦ କୋଟି ଟଙ୍କାର ପ୍ୟାକେଜ ଘୋଷଣା ହୋଇଛି। ଖାଦ୍ୟ ସୁରକ୍ଷା ଯୋଜନାରେ ଅନ୍ତର୍ଭୁକ୍ତ ହିତାଧୀକାରୀଙ୍କୁ ମିଳିବ ସହାୟତା । ୩ ମାସ ପର୍ଯ୍ୟନ୍ତ ଆଗୁଆ ରାସନ ଯୋଗାଇ ଦେବେ ରାଜ୍ୟ ସରକାର ।
ଏଥିସହ ଖାଦ୍ୟ ସୁରକ୍ଷା ଯୋଜନାରେ ଥିବା ୯୪ ଲକ୍ଷ ପରିବାରକୁ ୧୦୦୦ ଟଙ୍କା ଲେଖାଏଁ ଦିଆଯିବ ବୋଲି ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ୯୪ ଲକ୍ଷ ପରିବାରକୁ ୧୦୦୦ ଟଙ୍କା ଲେଖାଏଁ ସହାୟତା ପାଇଁ ୯୪୦ କୋଟି ଟଙ୍କା ଖର୍ଚ୍ଚ କରାଯିବ । ସେହିପରି ବିଭିନ୍ନ ସାମାଜିକ ସୁରକ୍ଷା ଯୋଜନାର ଅନ୍ତଭୁର୍କ୍ତ ଥିବା ୪୮ ଲକ୍ଷ ହିତାଧିକାରୀଙ୍କୁ ୪ ମାସ ପାଇଁ ଆଗୁଆ ଭତ୍ତା ଦିଆଯିବ । ଏଥିପାଇଁ ୯୩୨ କୋଟି ଟଙ୍କା ଖର୍ଚ୍ଚ ହେବ ।
ସେହିପରି ବିଭିନ୍ନ ଭତ୍ତା ପାଉଥିବା ୪୮ ଲକ୍ଷ ଲୋକଙ୍କୁ ୪ ମାସର ଆଗୁଆ ଭତ୍ତା ପ୍ରଦାନ କରାଯିବ। ଏ ବାବଦରେ ୯୩୨କୋଟି ଟଙ୍କା ବ୍ୟୟ କରିବେ ସରକାର। ଅନ୍ୟପକ୍ଷରେ ରାଜ୍ୟର ୨୨ ଲକ୍ଷ ନିର୍ମାଣ ଶ୍ରମିକଙ୍କ ଲାଗି ମଧ୍ୟ ଆର୍ଥିକ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହି ସମସ୍ତ ନିର୍ମାଣ ଶ୍ରମିକଙ୍କୁ ୧୫୦୦ ଟଙ୍କା ଲେଖାଏଁ ପ୍ରଦାନ କରାଯିବ। ଏ ନେଇ ରାଜ୍ୟ ସରକାର ୩୩୦ କୋଟି ଟଙ୍କା ଖର୍ଚ୍ଚ କରିବେ। କରୋନା ମୁକାବିଲା ପାଇଁ ଆଜି ଏହି ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
