ଜେଲ୍ରେ ବାଇବେଲ.
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଗ୍ରାସୀମ କମ୍ପାନୀରେ ବିସ୍ଫୋରଣ । ନିଆଁରେ ପୋଡି ହୋଇ ୩ ଜଣ ଗୁରୁତର ଆହତ ହୋଇଛନ୍ତି । ଦୁଇ ଜଣକୁ ବ୍ରହ୍ମପୁର MKCG ମେଡିକାଲ ସ୍ଥାନାନ୍ତର କରାଯାଇଥିବାବେଳେ ଜଣଙ୍କୁ ଛତ୍ରପୁର ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ତେବେ କିଭଳି ଓ କେଉଁ ପରିସ୍ଥିତିରେ ଏହି ବିସ୍ଫୋରଣ ଘଟିଲା ତାହା ଜଣାପଡିନାହିଁ । ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।