କଲ୍ୟାଣସିଂହପୁର : କାଶୀପୁର ତଳିପାଳି ଗାଁରେ ଜଣେ ଯୁବକଙ୍କ ମୃତଦେହ ଠାବ ହୋଇଛି। ଗାଁ ପାଖ ପଡ଼ିଆରେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ଘଟଣାସ୍ଥଳରେ ପୁଲିସ ପହଁଚି ତନାଘନା କରୁଛି।
ସୂଚନାନୁଯାୟୀ, ଗତକାଲି ଖୁରୀ ଗାଁରୁ ଜଣେ ଯୁବକ ନିଖୋଜ ହୋଇଥିଲେ। ଆଜି ଉକ୍ତ ଯୁବକଙ୍କର କ୍ଷତବିକ୍ଷତ ମୃତଦେହ କାଶୀପୁର ତଳିପାଳି ଗାଁ ପାଖ ପଡ଼ିଆରୁ ଉଦ୍ଧାର ହୋଇଛି। ଫଳରେ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳି ଯାଇଛି। ମୃତକ ଯୁବକଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଛି ବୋଲି ପରିବାର ଲୋକେ ଅଭିଯୋଗ କରିଛନ୍ତି। ଘଟଣାସ୍ଥଳରେ ପୁଲିସ ପହଁଚି ତନାଘନା କରିବା ସହ ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି।
ଅର୍ଗସ ବ୍ୟୁରୋ : ପୁଣି ଥରେ ପାଲଲହଡାରେ ମୁକେଶ ହଟାଓ ନାରା । ଅନୁଗୋ ଜିଲ୍ଲା ପାଲଲହଡ଼ା ନିର୍ବାଚନ ମଣ୍ଡଳୀର ଶଙ୍ଖମୁର ପଞ୍ଚାୟତରେ ବିଜେଡ଼ି ବିଧାୟକ ମୁକେଶଚଦ୍ର ପାଲଙ୍କୁ ବିରୋଧ କରିଛନ୍ତି ପଞ୍ଚାୟତବାସୀ । ନିର୍ବାଚନ ପୂର୍ବରୁ ଭୋଟ ମାଗି ଯାଇଥିବା ବିଧାୟକ ସାଢେ଼ ୪ ବର୍ଷରେ ଥରୁଟିଏ ବି ଗାଁ ମାଟି ମାଡି ନାହାନ୍ତି । ଆଜି ଯାଏ ଗାଆଁରେ କୌଣସି ଉନ୍ନତି ମୂଳକ କାର୍ଯ୍ୟ ନ ହୋଇଥିବା ଯୋଗୁଁ ବିଧାୟକଙ୍କୁ ବିରୋଧ କରିଛନ୍ତି ନିଜ ଦଳର ଦଳୀୟ କର୍ମୀ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ପୂର୍ବରୁ ଏକାଧିକ ବିଜେଡ଼ି କର୍ମୀ ଏକାଠି ହୋଇ ଆଗମୀ ନିର୍ବାଚନରେ ବିଜେଡ଼ିର ଦଳୀୟ ଟିକେଟ ମୁକେଶଙ୍କୁ ନ ମିଳୁ ବୋଲି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିବା ବେଳେ ବିଧାୟକ ବିରୋଧ କରୁଥିବା ବ୍ୟକ୍ତି ବିଜେଡ଼ି କର୍ମୀ ନୁହେଁ ବୋଲି କହିଥିଲେ । ଅନ୍ୟପଟେ ଆଗକୁ ହଜାର ହଜାର ସଂଖ୍ୟାରେ ବିଜେଡ଼ି କର୍ମୀ ଏକାଠି ହୋଇ ବିଧାୟକଙ୍କୁ ବିରୋଧ କରିବେ ବୋଲି କଡ଼ା ଚେତାବନୀ ଦେଇଛନ୍ତି