ଭୁବନେଶ୍ଵର : ସାରା ବିଶ୍ଵରେ କୋରୋନା କାୟା ବିସ୍ତାର କରିବାରେ ଲାଗିଛି। ଏହାକୁ ନେଇ ଲୋକମାନେ ଏବେ ଆତଙ୍କିତ ଅବସ୍ଥାରେ ଅଛନ୍ତି। ରାଜ୍ୟରେ ସ୍କୁଲ, କଲେଜ ସବୁ ବନ୍ଦ ରହିଛି। ଏହି ମଧ୍ୟରେ ଉଚ୍ଚ ଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ଏକ ଭିଡ଼ିଓ ମାଧ୍ୟମରେ ପିଲାମାନଙ୍କୁ ସଚେତନ କରାଇବା ସହ ପାଠ ପଢିବାକୁ ପରାମର୍ଶ ଦେଇଛନ୍ତି।
ସେ କହିଛନ୍ତି ଯେ, କୋରୋନା ଭୂତାଣୁ ସାରା ବିଶ୍ଵକୁ ଆକ୍ରାନ୍ତ କରିଛି। ମୃତ୍ୟୁର ଜନ୍ତାରେ ମଣିଷ ସମାଜ ଥରହର ହେଉଛି। ଏହି ପରିପ୍ରେକ୍ଷୀରେ ଭାରତବର୍ଷରେ ଅନେକ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି। ଓଡ଼ିଶାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବହୁ ପୂର୍ବରୁ ପଦକ୍ଷେପ ନେଇଛନ୍ତି। ସ୍କୁଲ, କଲେଜ ସବୁକୁ ବନ୍ଦ ରଖାଯାଇଛି। ପରୀକ୍ଷା ସ୍ଥଗିତ କରାଯାଇଛି। ଘରେ ରହି ସରକାରଙ୍କ ନିର୍ଦ୍ଦେଶ ପାଳନ କରି, ପାଠ ପଢାରେ ମନୋନିବେଶ କରନ୍ତୁ। ଭଲ ଭାବରେ ପଢନ୍ତୁ। ପରୀକ୍ଷା ପାଇଁ ନିଜକୁ ପ୍ରସ୍ତୁତ କରନ୍ତୁ ବୋଲି ଉଚ୍ଚ ଶିକ୍ଷା ମନ୍ତ୍ରୀ ପିଲାମାନଙ୍କୁ ପରାମର୍ଶ ଦେଇଛନ୍ତି।
ଅର୍ଗସ ବ୍ୟୁରୋ : ନୟାଗଡ଼ ଜିଲ୍ଲା ଚାନ୍ଦପୁର ଥାନା ଅଧୀନସ୍ଥ ଓସ୍ତପଡା ଗ୍ରାମ କାଜୁ ଜଙ୍ଗଲରେ ଚାଲିଥିଲା ଜୁଆ ଆଡ୍ଡା । ବିଶେଷ ସୂତ୍ରରୁ ଖବର ପାଇ ଚାନ୍ଦପୁର ପୋଲିସ ଚଢ଼ାଉ କରି ୩ ଜଣ ଜୁଆଡିଙ୍କୁ ଗିରଫ କରିବା ସହିତ ଜୁଆ ଖେଳରେ ବ୍ୟବହୃତ ସାମଗ୍ରୀ ଜବତ କରିଛି । ଘୁଡୁଘୁଡ଼ିଆ ପାଲି- ଗୋଟି, ୬ ଟି ମୋଟର ସାଇକେଲ, ୩ ଟି ମୋବାଇଲ ଏବଂ ନଗଦ ୩୫ ହଜାର ୬୭୦ ଟଙ୍କା ଜବତ କରିଛି ଚାନ୍ଦପୁର ପୋଲିସ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଗିରଫ ଅଭିଯୁକ୍ତ ମାନେ ହେଲେ ଖୋର୍ଦ୍ଧା ଅଞ୍ଚଳର ପଲାହାଟ ଗ୍ରାମର ଉଚ୍ଚବ ପ୍ରଧାନ, ଭୁଷଣ୍ଡପୁର ଗ୍ରାମ ଉରୁମୁଖି ସାହିର ବ୍ରଜ ବେହେରା ଓ ନୟାଗଡ଼ ଜିଲ୍ଲା ଚାନ୍ଦପୁର ଥାନା ଅଧିନସ୍ଥ କନ୍ଧନୟାଗଡ଼ ଗ୍ରାମର ଗଣେଶ ବେହେରା । ଅଭିଯୁକ୍ତ ମାନଙ୍କୁ କୋର୍ଟ ଚାଲାଣ କରାଯାଇଛି ବୋଲି ଚାନ୍ଦପୁର ଥାନା ଅଧିକାରୀ ଜଗଦୀଶ କର ସୂଚନା ଦେଇଛନ୍ତି
ଅର୍ଗସ ବ୍ୟୁରୋ : ମାହାଙ୍ଗା ଡବଲ ମର୍ଡର ମାମଲାରେ କୋର୍ଟଙ୍କ ନିର୍ଦେଶରେ ଦଫା ୩୦୨ ଲାଗିବା ପରେ ହତାସ ହୋଇପଡ଼ିଛନ୍ତି ପ୍ରତାପ ଜେନା । କୋର୍ଟଙ୍କ ନିର୍ଦ୍ଦେଶ ପଛରେ ରାଜନୈତିକ ଚକ୍ରାନ୍ତ ଥିବା କହିଛନ୍ତି ବିଜେଡିର ପାୱାରଫୁଲ ପ୍ରତାପ । ସେ ନିର୍ଦ୍ଦୋଶ ତାଙ୍କୁ ଚକ୍ରାନ୍ତ କରି ଫସାଯାଇଥିବା ସଫେଇ ଦେଇଛନ୍ତି ପ୍ରତାପ ଜେନା ।
ଅଧିକ ପଢନ୍ତୁ : ବିଜେଡି ବିଧାୟକ ପ୍ରତାପ ଜେନାଙ୍କ ବିରୋଧରେ ବଡ଼ ପ୍ରମାଣ
ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ନାଁରେ ଲାଗିଛି 302, 120 ବି ଓ 506 । ଦଫା ୩୦୨ ଲାଗିବା ପରେ ଗିରଫ ନେଇ ପ୍ରତାପଙ୍କ ମନରେ ପଶିଛି କି ଛନକା ? ସେଥିପାଇଁ ହତାସ ହୋଇ ଦେଇଛନ୍ତି କି ଏପରି ବୟାନ ?