କଟକ: କଟକ ଜିଲ୍ଲା ବାଙ୍କୀ ଥାନା ଖମାରଙ୍ଗ ଗାଁ ନିକଟସ୍ଥ ମହାନଦୀ ପଠାରୁ ପ୍ରଧାନଶିକ୍ଷକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକ ହେଲେ ବାଙ୍କୀର ସାହାଡ଼ାପଦ ଗାଁର ନିମାଇଁ ଚରଣ ମହାପାତ୍ର । ସେ ସିଂହନାଥପୁର ଇଉଜିଏମ ସ୍କୁଲରେ ପ୍ରଧାନ ଶିକ୍ଷକ ଭାବେ କାର୍ଯ୍ୟ କରୁଥିଲେ ।
ନିମାଇଁ ଗତ ତିନିଦିନ ତଳେ ନିଖୋଜ ହୋଇଯାଇଥିଲେ । ଏନେଇ ତାଙ୍କ ପରିବାର ଲୋକେ ଗତକାଲି ବାଙ୍କୀ ଥାନାରେ ଅଭିଯୋଗ କରିଥିଲେ । ଆଜି ସକାଳେ ପ୍ରଧାନଶିକ୍ଷକଙ୍କ ଗଳିତ ମୃତଦେହ ମହାନଦୀ ପଠାରେ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖି ପରିବାର ଲୋକଙ୍କୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି ।
ଅର୍ଗସ ବ୍ୟୁରୋ : ତେଲେଙ୍ଗାନା ଡିଣ୍ଡିଗୁଲ ବାୟୁସେନା ଏକାଡେମୀରେ ଟ୍ରେନିଂବେଳେ ଅଘଟଣ । ପାଇଲଟସ୍ ଟ୍ରେନର ଏୟାରକ୍ରାଫ୍ଟ ଦୁର୍ଘଟଣାଗ୍ରସ୍ତ ହେବା ଯୋଗୁଁ ଦୁଇ ଭାରତୀୟ ବାୟୁସେନା ପାଇଲଟଙ୍କ ମୃତ୍ୟୁ ହୋଇଛି । ମୃତ ପାଇଲଟଙ୍କ ମଧ୍ୟରେ ଜଣେ ପ୍ରଶିକ୍ଷକ ଏବଂ ଜଣେ କ୍ୟାଡେଟ୍ ଥିବା ସୂଚନା ଦେଇଛନ୍ତି ଭାରତୀୟ ବାୟୁସେନା ଅଧିକାରୀ ।
ଭାରତୀୟ ବାୟୁସେନା ଅଧିକାରୀ କହିଛନ୍ତି କି, ସକାଳ ୮.୫୫ ମିନିଟରେ ତେଲେଙ୍ଗାନାର ଡିଣ୍ଡିଗୁଲରେ ଏୟାରଫୋର୍ସ ଏକାଡେମୀର ପିଲାଟସ ଟ୍ରେନିଂ ଏୟାରକ୍ରାଫ୍ଟ ଦୁର୍ଘଟଣାର ଶିକାର ହୋଇଥିଲା । ଏହି ଘଟଣାକୁ ନେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଦୁଃଖ ପ୍ରକାଶ କରିଛନ୍ତି । ଖବର ମୁତାବକ, ତେଲେଙ୍ଗାନାର ଡିଣ୍ଡିଗୁଲ ସ୍ଥିତ ବାୟୁସେନା ଏକାଡେମୀରେ ଟ୍ରେନିଂ ବେଳେ ବିମାନ ପିସି-୭ ଏମକେ-୨ କ୍ରାସ୍ ହୋଇଛି । ଏଥିରେ ଦୁଇ ଜଣ ପାଇଲଟ ଥିଲେ । ଜଣେ ପ୍ରଶିକ୍ଷକ ଓ ଆଉ ଜଣେ କ୍ୟାଡେଟ୍ ସାମିଲ ଥିଲେ ।
ଅଧିକ ପଢନ୍ତୁ ଭାରତ ଖବର
ତେବେ କେଉଁ କାରଣରୁ ଏହି ଦୁର୍ଘଟଣା ଘଟିଲା ସେ ନେଇ କୌଣସି ସୂଚନା ମିଳିନାହିଁ । ତଦନ୍ତ ଜାରି ରହିଥିବା ଭାରତୀୟ ବାୟୁସେନା ଅଧିକାରୀ ସୂଚନା ଦେଇଛନ୍ତି । ସୋସିଆଲ ମିଡିଆରେ ରାଜନାଥ ସିଂ ଲେଖିଛନ୍ତି, ‘ହାଇଦ୍ରାବାଦ ପାଖରେ ହୋଇଥିବା ବିମାନ ଦୁର୍ଘଟଣା ବିଷୟରେ ଜାଣି ଅତନ୍ତ ଦୁଃଖିତ । ଏଥିରେ ଦୁଇଜଣ ପାଇଲଟଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ । ତାଙ୍କ ପରିବାର ପ୍ରତି ମୋର ସମବେଦନା ।
ଅର୍ଗସ ବ୍ୟୁରୋ : ପୁଣି ପଦାରେ ପଡ଼ିଲା କଟକ ଏସସିବି ମେଡିକାଲର ଅବ୍ୟବସ୍ଥା । ଏସସିବି ବଡ଼ ମେଡିକାଲରେ ଶବ ବ୍ୟବଚ୍ଛେଦ ବନ୍ଦ । ଶବ ବ୍ୟବଚ୍ଛେଦ ଗୃହ ବାହାରେ ଓ ଭିତରେ ଲହଡି ଭାଙ୍ଗୁଛି ନର୍ଦ୍ଦମା ପାଣି । ଫଳରେ ସକାଳ ୯ ଠାରୁ ଆରମ୍ଭ ହେବାକୁ ଥିବା ଶବ ବ୍ୟବଚ୍ଛେଦ ବନ୍ଦ ହୋଇ ରହିଛି। ବାହାରେ ମୃତ ଶରୀରର ଗୁଡ଼ିକ ଶବବୁହା ଟ୍ରଲି ଉପରେ ପଡି ରହିଛି ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଏସସିବିରେ ପ୍ରତିଦିନ ୪୦ ୫୦ ଶବବ୍ୟବଚ୍ଛେଦ କରାଯାଇଥାଏ । ଏସସିବିରେ ଏହି ଅବ୍ୟବସ୍ଥା ଆଜିର ନୁହେଁ, ବାରମ୍ବାର ବାରମ୍ବାର ନର୍ଦ୍ଦମା ପୋଷ୍ଟମର୍ଟମ ଗୃହ ପଶିଥାଏ ବୋଲି ଅଭିଯୋଗ ହୋଇଛି । ଗତକାଲିଠୁ ପୋଷ୍ଟମର୍ଟମ ଗୃହରେ ଏପରି ବ୍ୟବସ୍ଥା ଦେଖାଯାଇଥିବା ସୂଚନା ରହିଛି ।
ଅର୍ଗସ ବ୍ୟୁରୋ: କଟକ ଐତିହାସିକ ବାଲିଯାତ୍ରା ଆଉ ଗୋଟିଏ ଦିନ ବଢିଲା । ଆଜି ସରିଥାନ୍ତା ବାଲିଯାତ୍ରା । ହେଲେ ବାଲିଯାତ୍ରା ଦିନଟିଏ ବଢାଇବାକୁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି । ଦୁଇ ଦିନ ବଢାଇବାକୁ ଅନୁରୋଧ କରିଥିଲେ ସିଏମସି ମେୟର । ଜନସାଧାରଣଙ୍କ ଆଗ୍ରହକୁ ଦୃଷ୍ଟିରେ ରଖି ଦିନଟିଏ ବଢାଇବାକୁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି । ଏନେଇ ଆବଶ୍ୟକ ପଦକ୍ଷେପ ନେବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି ।
କାର୍ତ୍ତିକ ପୂର୍ଣ୍ଣିମାଠୁ ଆରମ୍ଭ ହୋଇଥିବା ବାଲିଯାତ୍ରାର ଆଜି ଶେଷ ଦିନ ଥିଲା । ଗତକାଲି ଛୁଟି ବାର ଥିବାବେଳେ ପ୍ରବଳ ଭିଡ ହୋଇଥିଲା । ପାଖାପାଖି 10 ଲକ୍ଷରୁ ଉର୍ଦ୍ଧ୍ୱ ଲୋକ ବାଲିଯାତ୍ରା ବୁଲିଥିଲେ ।
ବାଲିଯାତ୍ରାରେ ଭୂତ; ବିକଟାଳ ରଡି ସାଙ୍ଗକୁ ବଡ଼ ବଡ଼ ନଖ ଦେଖି ଲୋକେ ଛାନିଆ