ତେବେ ପର୍ଯ୍ୟଟନ ମନ୍ତ୍ରୀଙ୍କ ପୂର୍ବରୁ ରାଜ୍ୟ ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂ, ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ଏବଂ ବୟନଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ କରୋନା ସଂକ୍ରମିତ ହୋଇସାରିଛନ୍ତି।
ଅର୍ଗସ ବ୍ୟୁରୋ : ରାଜ୍ୟ ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏନେଇ ସେ ଟ୍ଵିଟ୍ କରି ସୂଚନା ଦେଇଛନ୍ତି। ପର୍ଯ୍ୟଟନ କହିଛନ୍ତି ଯେ, ମୁଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛି। ତେଣୁ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତଙ୍କୁ କରୋନା ପରୀକ୍ଷା କରିବା ପାଇଁ ସେ ଅନୁରୋଧ କରିଛନ୍ତି।
ତେବେ ପର୍ଯ୍ୟଟନ ମନ୍ତ୍ରୀଙ୍କ ପୂର୍ବରୁ ରାଜ୍ୟ ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂ, ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ଏବଂ ବୟନଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ କରୋନା ସଂକ୍ରମିତ ହୋଇସାରିଛନ୍ତି।
ଅର୍ଗସ ବ୍ୟୁରୋ : ପୁଣି ଥରେ ପାଲଲହଡାରେ ମୁକେଶ ହଟାଓ ନାରା । ଅନୁଗୋ ଜିଲ୍ଲା ପାଲଲହଡ଼ା ନିର୍ବାଚନ ମଣ୍ଡଳୀର ଶଙ୍ଖମୁର ପଞ୍ଚାୟତରେ ବିଜେଡ଼ି ବିଧାୟକ ମୁକେଶଚଦ୍ର ପାଲଙ୍କୁ ବିରୋଧ କରିଛନ୍ତି ପଞ୍ଚାୟତବାସୀ । ନିର୍ବାଚନ ପୂର୍ବରୁ ଭୋଟ ମାଗି ଯାଇଥିବା ବିଧାୟକ ସାଢେ଼ ୪ ବର୍ଷରେ ଥରୁଟିଏ ବି ଗାଁ ମାଟି ମାଡି ନାହାନ୍ତି । ଆଜି ଯାଏ ଗାଆଁରେ କୌଣସି ଉନ୍ନତି ମୂଳକ କାର୍ଯ୍ୟ ନ ହୋଇଥିବା ଯୋଗୁଁ ବିଧାୟକଙ୍କୁ ବିରୋଧ କରିଛନ୍ତି ନିଜ ଦଳର ଦଳୀୟ କର୍ମୀ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ପୂର୍ବରୁ ଏକାଧିକ ବିଜେଡ଼ି କର୍ମୀ ଏକାଠି ହୋଇ ଆଗମୀ ନିର୍ବାଚନରେ ବିଜେଡ଼ିର ଦଳୀୟ ଟିକେଟ ମୁକେଶଙ୍କୁ ନ ମିଳୁ ବୋଲି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିବା ବେଳେ ବିଧାୟକ ବିରୋଧ କରୁଥିବା ବ୍ୟକ୍ତି ବିଜେଡ଼ି କର୍ମୀ ନୁହେଁ ବୋଲି କହିଥିଲେ । ଅନ୍ୟପଟେ ଆଗକୁ ହଜାର ହଜାର ସଂଖ୍ୟାରେ ବିଜେଡ଼ି କର୍ମୀ ଏକାଠି ହୋଇ ବିଧାୟକଙ୍କୁ ବିରୋଧ କରିବେ ବୋଲି କଡ଼ା ଚେତାବନୀ ଦେଇଛନ୍ତି