ନାବାଳିକା ଅପହରଣ ଉଦ୍ୟମବେଳେ ଦୁଇ ଯୁବକଙ୍କୁ କାବୁ କଲେ ଗ୍ରାମବାସୀ !
ପୁଣି ସୁସ୍ଥ ହେଲେ 8 କୋରୋନା ଆକ୍ରାନ୍ତ

ଅର୍ଗସ ବ୍ୟୁରୋ : ରାଜ୍ୟବାସୀଙ୍କ ପାଇଁ ଆଶ୍ଵସ୍ତୀକର ଖବର। ରାଜ୍ୟରେ ପୁଣି ସୁସ୍ଥ ହେଲେ 8 କୋରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ ଯାଜପୁର ଜିଲ୍ଲାରୁ 4 ଜଣ, ଭଦ୍ରକରୁ 2, ବାଲେଶ୍ଵର ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।
ଏହି କ୍ରମରେ ରାଜ୍ୟରେ ମୋଟ 166 ଜଣ କୋରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୫୦୩ ରହିଛି। ଏଯାଏଁ ରାଜ୍ୟରେ ଏହି ମହାମାରୀ 3 ଜଣଙ୍କ ଜୀବନ ନେଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Download Argus News App
