ଅଧିକ ପଢନ୍ତୁ ଓଡ଼ିଶା ଖବର
ଅର୍ଗସ ବ୍ୟୁରୋ : ରାଜ୍ୟରେ ଦିନକୁ ଦିନ କୋରୋନା ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ତେବେ ଏହି ମହାମାରୀ ଭୂତାଣୁ ନେଇ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏକ ଗୁରୁତ୍ଵପୂର୍ଣ୍ଣ ଟ୍ୱିଟ କରାଯାଇଛି। ଏହି ଟ୍ଵିଟ୍ ଯୋଗେ ଦିଆଯାଇଥିବା ତଥ୍ୟ ଅନୁସାରେ, ଏବେ ସୁଦ୍ଧା ରାଜ୍ୟରେ ଚିହ୍ନଟ ହୋଇଥିବା ପଜିଟିଭଙ୍କ ମଧ୍ୟରେ 19 ପ୍ରତିଶତ ଲୋକଙ୍କ ପାଖରେ କୋରୋନା ଲକ୍ଷଣ ଦେଖାଯାଇଥିଲା । ବାକି 85 ପ୍ରତିଶତ ସଂକ୍ରମିତଙ୍କଠାରେ କୌଣସି ଲକ୍ଷଣ ଦେଖାଯାଇନଥିଲା । ଏଥିରୁ ଜଣାପଡୁଛି, ଜଣଙ୍କ ପାଖରେ ଯଦି ଲକ୍ଷଣ ଦେଖାଯାଉନି ଏହାର ଅର୍ଥ ନୁହେଁ କି ବ୍ୟକ୍ତି ଜଣଙ୍କୁ ଭାଇରସ ସଂକ୍ରମଣ କରୁନାହିଁ। ତେଣୁ ସାବଧାନ ରୁହନ୍ତୁ, ସୁରକ୍ଷିତ ରୁହନ୍ତୁ।

ଅର୍ଗସ ବ୍ୟୁରୋ : ଚାଷୀଙ୍କ ପାଇଁ ଖୁସି ଖବର । କାଲି ସୁଦ୍ଧା କେରଳ ଛୁଇଁପାରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ବର୍ତ୍ତମାନ ପୂରା ବଙ୍ଗୋପସାଗରରେ ବାଦଲ ରହିଛି । ତେଣୁ ଏହା ମୌସୁମୀ ପାଇଁ ଭଲ ଖବର । ଏଥିସହ ପଶ୍ଚିମ ବାୟୁର ସକ୍ରିୟତା, ବାୟୁମଣ୍ଡଳର ମଧ୍ୟ ଯାଏ ବ୍ୟାପିଛି ।
ଅଧିକ ପଢନ୍ତୁ : ଆଉ ଏକ ସାମୁଦ୍ରିକ ଝଡ଼ର ବିପଦ ପୂର୍ବାନୁମାନ, ଏହା ଏକ ସାଇକ୍ଲୋନିକ ଝଡ଼ରେ ହେବ ପରିଣତ
ଏହା ପାଗ ଅନୁକୂଳ ସୂଚାଉଥିବାରୁ ମୌସୁମୀ କେରଳ ଛୁଇଁବା ସମ୍ଭାବନା ରହିଛି । ଓଡ଼ିଶା, ପଶ୍ଚିମବଙ୍ଗ ଉପକୂଳରେ ପାଖାପାଖି 300 କିମି ଦୂରରେ ମୌସୁମୀ ରହିଛି । ୧୫ ପରେ ମୌସୁମୀ ଓଡ଼ିଶା ଛୁଇଁବା ସମ୍ଭାବନା ଥିବା ବେଳେ ଏହା ପୂର୍ବରୁ ପ୍ରାକ ମୌସୁମୀ ବର୍ଷା ହେବାର ସମ୍ଭାବନା ରହିଛି ।
