ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟି (ନନ୍ଦ ସାର୍) କରୋନା ସଂକ୍ରମିତ ହୋଇଥିବା ଜାଣିବାକୁ ପାଇଲି । ସେ ଶୀଘ୍ର ସୁସ୍ଥ ହୋଇ ଘରକୁ ଫେରନ୍ତୁ ବୋଲି ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା । — Dharmendra Pradhan (@dpradhanbjp) November 30, 2021
ଏନେଇ କେନ୍ଦ୍ରମନ୍ତ୍ରୀ ଟ୍ୱିଟ୍ କରି କହିଛନ୍ତି ଯେ, ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟି (ନନ୍ଦ ସାର୍) କରୋନା ସଂକ୍ରମିତ ହୋଇଥିବା ଜାଣିବାକୁ ପାଇଲି । ସେ ଶୀଘ୍ର ସୁସ୍ଥ ହୋଇ ଘରକୁ ଫେରନ୍ତୁ ବୋଲି ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା।
ପୂର୍ବରୁ ତାଙ୍କର ଆଶୁ ଆରୋଗ୍ୟ କାମନା କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ୱାସ୍ଥ୍ୟଗତ ଅସୁସ୍ଥତା ହେତୁ ତାଙ୍କୁ ପ୍ରଥମେ ସୁକିନ୍ଦା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ପରେ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା ।