ସୂଚନାନୁସାରେ, ଆଇଆଇସିଙ୍କୁ ଜ୍ୱର ହେଉଥିବା କାରଣରୁ ତାଙ୍କ ସ୍ବାବ୍ ଟେଷ୍ଟ କରାଯାଇଥିଲା ଏବଂ ରିପୋର୍ଟ କରୋନା ପଜିଟିଭ୍ ଆସିଥିଲା। ଏହାପରେ ଆଇଆଇସିଙ୍କୁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ଆଇଆଇସି କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ ସମ୍ପୃକ୍ତ ଥାନାର ଅନ୍ୟ କର୍ମଚାରୀଙ୍କ ମଧ୍ୟରେ ଭୟର ବାତାବରଣ ଖେଳିଯାଇଛି।