ଭୁବନେଶ୍ୱର: ରାଜ୍ୟରେ କୋରୋନା ନେଲା ଆଉ ତିନି ଜୀବନ । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ସେମାନଙ୍କ ମଧ୍ୟରୁ 75 ବର୍ଷିୟ ବୃଦ୍ଧଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ସେ ଗଞ୍ଜାମର ହୋଇଥିବା ଜଣାପଡ଼ିଛି । ଏହାସହ ସେ ଉଚ୍ଚ ରକ୍ତ ଚାପ ଓ ଡାଇବେଟିସ ରୋଗରେ ପିଡିତ ଥିଲେ । ସେପଟେ କଟକର ଜଣେ 65 ବର୍ଷିୟ ବୃଦ୍ଧଙ୍କର କୋରୋନାରେ ମୃତ୍ୟୁ ଘଟିଛି । ସେ ମଧ୍ୟ ଅନ୍ୟ ରୋଗରେ ଆକ୍ରାନ୍ତ ଥିବା ଜଣାପଡ଼ିଛି । ଏହାସହ ଭୁବନେଶ୍ୱରର 73 ବର୍ଷିୟ ବୃଦ୍ଧ କୋରୋନାରେ ମୃତ୍ୟୁ ହୋଇତିବା ଜଣାପଡ଼ିଛି । ସେ ଏହା ପୂର୍ବରୁ ଅନ୍ୟାନ୍ୟ ରୋଗରେ ଆକ୍ରାନ୍ତଥିଲେ । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୨୧ରେ ପହଞ୍ଚିଛି ।
ଅର୍ଗସ ବ୍ୟୁରୋ : ନୟାଗଡ଼ ଜିଲ୍ଲା ଚାନ୍ଦପୁର ଥାନା ଅଧୀନସ୍ଥ ଓସ୍ତପଡା ଗ୍ରାମ କାଜୁ ଜଙ୍ଗଲରେ ଚାଲିଥିଲା ଜୁଆ ଆଡ୍ଡା । ବିଶେଷ ସୂତ୍ରରୁ ଖବର ପାଇ ଚାନ୍ଦପୁର ପୋଲିସ ଚଢ଼ାଉ କରି ୩ ଜଣ ଜୁଆଡିଙ୍କୁ ଗିରଫ କରିବା ସହିତ ଜୁଆ ଖେଳରେ ବ୍ୟବହୃତ ସାମଗ୍ରୀ ଜବତ କରିଛି । ଘୁଡୁଘୁଡ଼ିଆ ପାଲି- ଗୋଟି, ୬ ଟି ମୋଟର ସାଇକେଲ, ୩ ଟି ମୋବାଇଲ ଏବଂ ନଗଦ ୩୫ ହଜାର ୬୭୦ ଟଙ୍କା ଜବତ କରିଛି ଚାନ୍ଦପୁର ପୋଲିସ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଗିରଫ ଅଭିଯୁକ୍ତ ମାନେ ହେଲେ ଖୋର୍ଦ୍ଧା ଅଞ୍ଚଳର ପଲାହାଟ ଗ୍ରାମର ଉଚ୍ଚବ ପ୍ରଧାନ, ଭୁଷଣ୍ଡପୁର ଗ୍ରାମ ଉରୁମୁଖି ସାହିର ବ୍ରଜ ବେହେରା ଓ ନୟାଗଡ଼ ଜିଲ୍ଲା ଚାନ୍ଦପୁର ଥାନା ଅଧିନସ୍ଥ କନ୍ଧନୟାଗଡ଼ ଗ୍ରାମର ଗଣେଶ ବେହେରା । ଅଭିଯୁକ୍ତ ମାନଙ୍କୁ କୋର୍ଟ ଚାଲାଣ କରାଯାଇଛି ବୋଲି ଚାନ୍ଦପୁର ଥାନା ଅଧିକାରୀ ଜଗଦୀଶ କର ସୂଚନା ଦେଇଛନ୍ତି
ଅର୍ଗସ ବ୍ୟୁରୋ : ମାହାଙ୍ଗା ଡବଲ ମର୍ଡର ମାମଲାରେ କୋର୍ଟଙ୍କ ନିର୍ଦେଶରେ ଦଫା ୩୦୨ ଲାଗିବା ପରେ ହତାସ ହୋଇପଡ଼ିଛନ୍ତି ପ୍ରତାପ ଜେନା । କୋର୍ଟଙ୍କ ନିର୍ଦ୍ଦେଶ ପଛରେ ରାଜନୈତିକ ଚକ୍ରାନ୍ତ ଥିବା କହିଛନ୍ତି ବିଜେଡିର ପାୱାରଫୁଲ ପ୍ରତାପ । ସେ ନିର୍ଦ୍ଦୋଶ ତାଙ୍କୁ ଚକ୍ରାନ୍ତ କରି ଫସାଯାଇଥିବା ସଫେଇ ଦେଇଛନ୍ତି ପ୍ରତାପ ଜେନା ।
ଅଧିକ ପଢନ୍ତୁ : ବିଜେଡି ବିଧାୟକ ପ୍ରତାପ ଜେନାଙ୍କ ବିରୋଧରେ ବଡ଼ ପ୍ରମାଣ
ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ନାଁରେ ଲାଗିଛି 302, 120 ବି ଓ 506 । ଦଫା ୩୦୨ ଲାଗିବା ପରେ ଗିରଫ ନେଇ ପ୍ରତାପଙ୍କ ମନରେ ପଶିଛି କି ଛନକା ? ସେଥିପାଇଁ ହତାସ ହୋଇ ଦେଇଛନ୍ତି କି ଏପରି ବୟାନ ?