ଏହା ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ଅନେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ସୁନ୍ଦରଗଡ, ବଲାଙ୍ଗୀର, ବରଗଡ, ସୋନପୁର, ସମ୍ବଲପୁର, ଦେବଗଡ, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ ଏବଂ ପୁରୀ ଜିଲ୍ଲାରେ ଗୋଟେରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି ।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ଅନେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତ୍ତର-ଦକ୍ଷିଣ ଟ୍ରଫ ଲାଇନ ସମୁଦ୍ର ପତ୍ତନଠାରୁ ୨.୧ କିମିରୁ ୩.୧ କିମି ମଧ୍ୟରେ ଉତ୍ତର-ପୂର୍ବ ବିହାର ଠାରୁ ଉତ୍ତର ଉପକୂଳ ଓଡ଼ିଶା ଯାଏଁ ଲମ୍ବିଛି । ଏଥିପାଇଁ ଉତ୍ତର ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ଗୋଟେରୁ ଦୁଇଟି ସ୍ଥାନରେ ଏବଂ ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନୟାଗଡ, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡା ଜିଲ୍ଲାରେ ବିଜୁଳି ଘଡଘଡି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଆଜିଠାରୁ ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ସହ ଦକ୍ଷିଣ ଓଡ଼ିଶାରେ କିଛି କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।
Download Argus News App
