ସୂଚନାନୁଯାୟୀ, ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଗଜପତିରୁ ୫୯ ଜଣ ଅଛନ୍ତି । ସେହିପରି ଗଞ୍ଜାମର ୪୧, ଖୋର୍ଧାର ୩୮, କନ୍ଧମାଳ ୧୭, ଝାରସୁଗୁଡା ୧୫, ସୁନ୍ଦରଗଡ ୧୦, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡାରୁ ୮ଜଣ ଲେଖାଏଁ ରହିଛନ୍ତି । କୋରାପୁଟରୁ ୭, ବରଗଡ ଓ ମୟୂରଭଞ୍ଜରୁ ୬, ଜଗତସିଂପୁରରୁ ୫, କଟକ, ମାଲକାନଗିରି ଓ ନବରଙ୍ଗପୁରର ୪ଜଣ ଲେଖାଏଁ ଆରୋଗ୍ୟ ଲାଭ କରିଛନ୍ତି । ଏତତ୍ ବ୍ୟତୀତ ବାଲେଶ୍ୱରରୁ ୨ ଓ କଳାହାଣ୍ଡିରୁ ଜଣେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ଆଜି ସକାଳେ ୨୦୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୦୬୫ରେ ପହଞ୍ଚିଛି ।
ଗୋଟିଏ ଦିନରେ ସର୍ବାଧିକ ୨୪୩ କରୋନା ସଂକ୍ରମିତ ସୁସ୍ଥ

ଅର୍ଗସ ବ୍ୟୁରୋ : ଆଜି ଗୋଟିଏ ଦିନରେ ରାଜ୍ୟରେ ସର୍ବାଧିକ ୨୪୩ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ଏବେ ମୋଟ ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୫୧୮୯ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।
Download Argus News App
