ଏପଟେ ଆଜି ରାଜ୍ୟରେ ଆଜି ସର୍ବାଧିକ 561 କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ 425 ଜଣ କ୍ଵାରେଣ୍ଟାଇନ ସେଣ୍ଟରରୁ ହୋଇଥିବା ବେଳେ 136 ଜଣ ସ୍ଥାନୀୟ ସଂକ୍ରମଣ। ଏହାକୁ ମିସାଇ ରାଜ୍ୟରେ ସମୁଦାୟ କୋରୋନା ସଂକ୍ରମିତଙ୍କ ସଂଖ୍ୟା 8106ରେ ପହଞ୍ଚିଛି । ଏ ନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।
ସୂଚନାନୁଯାୟୀ, ଆଜି ଚିହ୍ନଟ ହୋଇଥିବା ପଜିଟିଭଙ୍କ ମଧ୍ୟରୁ ସର୍ବାଧିକ ଗଞ୍ଜାମରୁ 283 କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୧୦୬ ଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨୫୬୭ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୫୫୦୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୨୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୮ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।