
ଅର୍ଗସ ବ୍ୟୁରୋ : ରାଜ୍ୟବାସୀଙ୍କ ପାଇଁ ଆଶ୍ଵସ୍ତୀକର ଖବର ରହିଛି । ଆଜି ରାଜ୍ୟରେ ସର୍ବାଧିକ ୬୦୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଗଂଜାମ ଜିଲ୍ଲାରୁ ୨୬୮ ଜଣ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡରୁ ୧୩୫, ଖୋର୍ଦ୍ଧାରୁ ୩୭, କଟକରୁ ୩୨, ବାଲେଶ୍ୱରରୁ ୨୫, କେନ୍ଦୁଝରରୁ ୨୩ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ମୟୁରଭଞ୍ଜରୁ ୧୮, ଭଦ୍ରକରୁ ୧୨, ପୁରୀରୁ ୧୨, ସମ୍ବଲପୁରରୁ ୮, ବରଗଡ ଓ ଜଦତସିଂହପୁରରୁ ୭, ଯାଜପୁରରୁ ୬, ଝାରସୁଗୁଡା ଓ କେନ୍ଦ୍ରାପଡାରୁ ୪, ବଲାଙ୍ଗୀରରୁ ୩, କୋରାପୁଟ, ନବରଂଗପୁର ଓ ରାୟଗଡାରୁ ୨ ଜଣ ଲେଖାଏଁ ସୁସ୍ଥ ହେବା ସହ ଗଜପତି ଓ ନୟାଗଡରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୯୮୬୪କୁ ବୃଦ୍ଧି ପାଇଛି।

