ପୂର୍ବରୁ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ପରୀକ୍ଷା ବାତିଲ ନେଇ ନବୀନ ନିବାସ ସମ୍ମୁଖରେ ବିକ୍ଷୋଭ କରିଥିଲେ । ଏନେଇ ବୁଧବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏକ ସାମ୍ବାଦିକ ସମ୍ମିଳନୀ ପରୀକ୍ଷା ବାତିଲ ନେଇ ଘୋଷଣା କରିଥିଲେ ।
ମନ୍ତ୍ରୀ କହିଛନ୍ତି, କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର ଏହି ନିଷ୍ପତ୍ତି ନେଇଛନ୍ତି । ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ନିର୍ଦ୍ଧାରିତ ପଦ୍ଧତି ଅନୁସାରେ ଛାତ୍ରଛାତ୍ରୀଙ୍କ ଫଳାଫଳ ପ୍ରକାଶ କରାଯିବ। ଯେଉଁ ଛାତ୍ରଛାତ୍ରୀମାନେ ଏଥିରେ ଅସନ୍ତୋଷ ପ୍ରକାଶ କରିବେ ସେମାନେ ପରବର୍ତ୍ତୀ ସମୟରେ ପରୀକ୍ଷା ଦେଇପାରିବେ ।