ଅର୍ଗସ ବ୍ୟୁରୋ : ଆଜି ଭୁବନେଶ୍ଵରରୁ 38 କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ 26 ଜଣ କ୍ଵାରେଣ୍ଟିନ୍ ସେଣ୍ଟରରୁ ହୋଇଥିବା ବେଳେ 12 ଜଣ ସ୍ଥାନୀୟ ସଂକ୍ରମିତ। କଳିଙ୍ଗ ବିହାର, ପୋଖରୀପୁଟ, ଭୀମଟାଙ୍ଗୀ, ନୟାପଲ୍ଲୀରୁ ଜଣେ ଲେଖାଏଁ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ବିଡିଏ କଲୋନୀରୁ ଗୋଟିଏ ପରିବାରର 2 ଜଣ, ଗଙ୍ଗନଗରରୁ 3, ନିଳାଦ୍ରି ବିହାରରୁ 3 ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜିର ପଜିଟିଭଙ୍କ ମିଶାଇ ଭୁବନେଶ୍ଵରରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା 640କୁ ବୃଦ୍ଧି ପାଇଛି।
ଅର୍ଗସ ବ୍ୟୁରୋ : ନୟାଗଡ଼ ଜିଲ୍ଲା ଚାନ୍ଦପୁର ଥାନା ଅଧୀନସ୍ଥ ଓସ୍ତପଡା ଗ୍ରାମ କାଜୁ ଜଙ୍ଗଲରେ ଚାଲିଥିଲା ଜୁଆ ଆଡ୍ଡା । ବିଶେଷ ସୂତ୍ରରୁ ଖବର ପାଇ ଚାନ୍ଦପୁର ପୋଲିସ ଚଢ଼ାଉ କରି ୩ ଜଣ ଜୁଆଡିଙ୍କୁ ଗିରଫ କରିବା ସହିତ ଜୁଆ ଖେଳରେ ବ୍ୟବହୃତ ସାମଗ୍ରୀ ଜବତ କରିଛି । ଘୁଡୁଘୁଡ଼ିଆ ପାଲି- ଗୋଟି, ୬ ଟି ମୋଟର ସାଇକେଲ, ୩ ଟି ମୋବାଇଲ ଏବଂ ନଗଦ ୩୫ ହଜାର ୬୭୦ ଟଙ୍କା ଜବତ କରିଛି ଚାନ୍ଦପୁର ପୋଲିସ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଗିରଫ ଅଭିଯୁକ୍ତ ମାନେ ହେଲେ ଖୋର୍ଦ୍ଧା ଅଞ୍ଚଳର ପଲାହାଟ ଗ୍ରାମର ଉଚ୍ଚବ ପ୍ରଧାନ, ଭୁଷଣ୍ଡପୁର ଗ୍ରାମ ଉରୁମୁଖି ସାହିର ବ୍ରଜ ବେହେରା ଓ ନୟାଗଡ଼ ଜିଲ୍ଲା ଚାନ୍ଦପୁର ଥାନା ଅଧିନସ୍ଥ କନ୍ଧନୟାଗଡ଼ ଗ୍ରାମର ଗଣେଶ ବେହେରା । ଅଭିଯୁକ୍ତ ମାନଙ୍କୁ କୋର୍ଟ ଚାଲାଣ କରାଯାଇଛି ବୋଲି ଚାନ୍ଦପୁର ଥାନା ଅଧିକାରୀ ଜଗଦୀଶ କର ସୂଚନା ଦେଇଛନ୍ତି
ଅର୍ଗସ ବ୍ୟୁରୋ : ମାହାଙ୍ଗା ଡବଲ ମର୍ଡର ମାମଲାରେ କୋର୍ଟଙ୍କ ନିର୍ଦେଶରେ ଦଫା ୩୦୨ ଲାଗିବା ପରେ ହତାସ ହୋଇପଡ଼ିଛନ୍ତି ପ୍ରତାପ ଜେନା । କୋର୍ଟଙ୍କ ନିର୍ଦ୍ଦେଶ ପଛରେ ରାଜନୈତିକ ଚକ୍ରାନ୍ତ ଥିବା କହିଛନ୍ତି ବିଜେଡିର ପାୱାରଫୁଲ ପ୍ରତାପ । ସେ ନିର୍ଦ୍ଦୋଶ ତାଙ୍କୁ ଚକ୍ରାନ୍ତ କରି ଫସାଯାଇଥିବା ସଫେଇ ଦେଇଛନ୍ତି ପ୍ରତାପ ଜେନା ।
ଅଧିକ ପଢନ୍ତୁ : ବିଜେଡି ବିଧାୟକ ପ୍ରତାପ ଜେନାଙ୍କ ବିରୋଧରେ ବଡ଼ ପ୍ରମାଣ
ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ନାଁରେ ଲାଗିଛି 302, 120 ବି ଓ 506 । ଦଫା ୩୦୨ ଲାଗିବା ପରେ ଗିରଫ ନେଇ ପ୍ରତାପଙ୍କ ମନରେ ପଶିଛି କି ଛନକା ? ସେଥିପାଇଁ ହତାସ ହୋଇ ଦେଇଛନ୍ତି କି ଏପରି ବୟାନ ?