ମୁଖ୍ୟମନ୍ତ୍ରୀ ଟୁଇଟ୍ କରି ଶୋକପ୍ରକାଶ କରିବା ସହ ଲେଖିଛନ୍ତି ‘ବିଶିଷ୍ଟ ନାଟ୍ୟକାର ତଥା କଥାକାର ରବୀନ୍ଦ୍ରନାଥ ଦାସଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଆ ସାହିତ୍ୟ ତଥା କଳା ଜଗତ ପ୍ରତି ତାଙ୍କର ବହୁମୂଲ୍ୟ ଅବଦାନ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।’
ସୂଚନାମୁତାବକ, ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଗତକାଲି ତାଙ୍କର ଦେହାନ୍ତ ହୋଇଛି। ରବୀନ୍ଦ୍ରନାଥ ଦାସ ଜଣେ ଉଚ୍ଚକୋଟୀର ଗାଳ୍ପିକ ଭାବେ ବେଶ୍ ଜଣାଶୁଣା ଥିଲେ । ତାଙ୍କ ଲିଖିତ ବିଷର୍ଣ୍ଣ ପୃଥିବା ପାଇଁ ରବିନ୍ଦ୍ରନାଥଙ୍କ ଓଡିଶା ସାହିତ୍ୟ ଏକାଡେମୀ ତରଫରୁ ପୁରସ୍କୃତ କରାଯାଇଛି ।