ଅଧିକ ପଢନ୍ତୁ : ୨୪ ତାରିଖ ରାତି ଓ ୨୫ ତାରିଖ ସକାଳେ ହୋଇପାରେ ଲ୍ୟାଣ୍ଡଫଲ୍
ବୁଧବାର ବାତ୍ୟା। ଆସିଲା ବାତ୍ୟା ଦାନାର ଗତିପଥ। ଆସନ୍ତାକାଲି ଏହା ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ୨୩ ତାରିଖରେ ଏହା ବାତ୍ୟାର ରୂପ ନେବ। ୨୪ ସକାଳେ ସମ୍ଭାବ୍ୟ ବାତ୍ୟା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ଲ୍ୟାଣ୍ଡଫଲ୍ ବେଳେ ସର୍ବାଧିକ ୧୦୦ରୁ ୧୧୦ କିଲୋମିଟର ଯାଏଁ ରହିବ ପବନର ବେଗ। ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଆସନ୍ତା ୨୩ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ହେବ। କେତେକ ସ୍ଥାନରେ ପ୍ରବଳ ଓ ଆଉ କେତେକ ସ୍ଥାନରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୪ ଓ ୨୫ ତାରିଖରେ ଓଡ଼ିଶାରେ ଅଧିକ ବର୍ଷା ହେବ। ଆଭ୍ୟନ୍ତରୀଣ ଓଡ଼ିଶା ଅପେକ୍ଷା ଉପକୂଳରେ ଓଡ଼ିଶାରେ ଅଧିକ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଜଗତସିଂହପୁର ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି। IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା, 24 ଓ 25 ତାରିଖ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ ରହିବ।