ଖୁଚୁରା ବ୍ୟବସାୟୀଙ୍କୁ ସ୍କିଲ ଇଣ୍ଡିଆ ଡିଜିଟାଲ ପୋର୍ଟାଲ ମାଧ୍ୟମରେ ୧୪ ଘଣ୍ଟାର ଉନ୍ନତମାନର ରିଟେଲ୍ ପ୍ରଶିକ୍ଷଣ ଦିଆଯିବ । ଖାଉଟିଙ୍କୁ ଆକୃଷ୍ଟ କରିବା ଭଳି ଯୋଜନା ସହ ବ୍ୟବସାୟ କରିବାର କୌଶଳ ଓ ଡିଜିଟାଲ ପ୍ଲାଟଫର୍ମର ବ୍ୟାପକ ସୁଯୋଗକୁ ବ୍ୟବହାର କରିବା ନେଇ ତାଲିମ ଦିଆଯିବ । ଏହି ଅଭିନବ କାର୍ଯ୍ୟକ୍ରମରେ ସହଯୋଗୀ ହୋଇଥିବା କୋକା-କୋଲା ଇଣ୍ଡିଆକୁ ଧନ୍ୟବାଦ ଜଣାଇବା ସହ ସମସ୍ତ ଟ୍ରେନିଂ ମଡ୍ୟୁଲକୁ ଓଡ଼ିଆ ଭାଷା ସମେତ ସବୁ ଭାରତୀୟ ଭାଷାରେ ଉପଲବ୍ଧ କରାଇବା ପାଇଁ ସେ ପରାମର୍ଶ ଦେଇଛନ୍ତି ।
ଦେଶର ଅର୍ଥନୀତିରେ ବୃହତ ଶିଳ୍ପ ଓ କାରଖାନା ଗୁଡ଼ିକ ମଜଭୂତ ସ୍ତମ୍ଭ । ତେବେ ଛୋଟ ଛୋଟ ବ୍ୟବସାୟୀମାନେ କୌଣସି ଗୁଣରେ ଟାଟା, ବିର୍ଲା, ଅଦାନୀଠୁ କମ ନୁହଁନ୍ତି । ବଡ ବ୍ୟବସାୟୀଙ୍କ ଭଳି ଛୋଟ ଦୋକାନୀଙ୍କୁ ସ୍କିଲିଂ, ରି-ସ୍କିଲିଂ ଓ ଅପ୍-ସ୍କିଲିଂ କରାଇବା ସହ ଭାଷାଶୈଳୀର ପ୍ରଶିକ୍ଷଣ ଦିଆଗଲେ ଦେଶର ଅର୍ଥନୀତି ମଜବୁତ୍ ହେବ । ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରତିବଦ୍ଧତା ଦେଖାଇଛନ୍ତି । ଆଜି ପରିବର୍ତ୍ତିତ ଦୁନିଆରେ ଭାରତରେ ୟୁପିଆଇ ପେମେଣ୍ଟ ନୂଆ ରୂପ ନେଇଛି । ଏହା ହିଁ ମୋଦିଙ୍କ ଡିଜିଟାଲ ଇଣ୍ଡିଆ, ନୂଆ ଭାରତ । ଆଜିର ବୁଝାମଣା ପତ୍ର କ୍ଷୁଦ୍ର ବେପାରୀ ତଥା ଖୁଚୁରା ବ୍ୟବସାୟୀଙ୍କୁ ଦକ୍ଷ କରିବା ସହ ସେମାନଙ୍କୁ ଆଗକୁ ବଢିବା ପାଇଁ ରାସ୍ତା ଦେଖାଇବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି । ଏହି ଅବସରରେ ଶ୍ରୀ ପ୍ରଧାନ କୋକା-କୋଲାର ସଫଳ ରିଟେଲରଙ୍କୁ ପୁରସ୍କୃତ କରିବା ସହ ନିଜର କଳା ଦକ୍ଷତାର ଉପଯୋଗ କରି ସ୍ୱାବଲମ୍ବୀ ହୋଇଥିବା ମହିଳା ମାନଙ୍କୁ ସମ୍ମାନିତ କରିଥିଲେ । ସ୍କିଲ୍ ଇଣ୍ଡିଆ ଡିଜିଟାଲ ଆପ୍ ଡାଉନଲୋଡ୍ କରି ସେଥିରେ ଥିବା ଭିଡିଓରୁ ଶିକ୍ଷା ନେବା ପାଇଁ କେନ୍ଦ୍ରମନ୍ତ୍ରୀ ରିଟେଲର ମାନଙ୍କୁ ପରାମର୍ଶ ଦେଇଥିଲେ ।
ଉପଯୁକ୍ତ ପ୍ରଶିକ୍ଷଣ ରିଟେଲରମାନଙ୍କୁ ଆହୁରି ଦକ୍ଷ କରିବ- ଧର୍ମେନ୍ଦ୍ର ପ୍ରଧାନ