ସମ୍ୱଲପୁର: ହୀରାକୁଦ୍ରେ ଆଜି ୨୦ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସିତ ହୋଇଥିଲା । ତେବେ ବର୍ତ୍ତମାନ ୧୦ଟି ଗେଟ୍ ବନ୍ଦ କରି ଦିଆଯାଇଛି । ଏବେ ଆଉ ୧୦ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଥିବା ଡ୍ୟାମ୍ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । ଦିନ ୧୨ଟା ସୁଦ୍ଧା ଡ୍ୟାମ୍ର ଜଳସ୍ତର ୬୨୦.୪୫ ଫୁଟ୍ ରହିଥିବାବେଳେ ଏବେ ୧୦ଟି ଗେଟ୍ ଦେଇ ହେଉଛି ଜଳ ନିଷ୍କାସନ ।
ତେବେ ଗତ ବୁଧବାର ଦିନ 11ଟା30 ରେ ହୀରାକୁଦ ଡ୍ୟାମର ଗୋଟିଏ ଗେଟ୍ ଖୋଲା ଯାଇଥିଲା। ଏହି ଗେଟ୍ ଦ୍ୱାରା ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ କରାଯାଇଥିଲା। ହେଲେ ଉକ୍ତ ଦିନ ଅପରାହ୍ନ ୨ଟା ପରେ ଏହାକୁ ବନ୍ଦ କରି ଦିଆଯାଇଥିଲା । ଚଳିତ ଥର ହୀରାକୁଦ ପାଣି ନିଷ୍କାସିତ ହେବା ଦ୍ୱାରା ବନ୍ୟାର କୌଣସି ଆଶଙ୍କା ଦେଖାଯାଇ ନାହିଁ ।
ଅର୍ଗସ ବ୍ୟୁରୋ : ପୁଣି ଥରେ ପାଲଲହଡାରେ ମୁକେଶ ହଟାଓ ନାରା । ଅନୁଗୋ ଜିଲ୍ଲା ପାଲଲହଡ଼ା ନିର୍ବାଚନ ମଣ୍ଡଳୀର ଶଙ୍ଖମୁର ପଞ୍ଚାୟତରେ ବିଜେଡ଼ି ବିଧାୟକ ମୁକେଶଚଦ୍ର ପାଲଙ୍କୁ ବିରୋଧ କରିଛନ୍ତି ପଞ୍ଚାୟତବାସୀ । ନିର୍ବାଚନ ପୂର୍ବରୁ ଭୋଟ ମାଗି ଯାଇଥିବା ବିଧାୟକ ସାଢେ଼ ୪ ବର୍ଷରେ ଥରୁଟିଏ ବି ଗାଁ ମାଟି ମାଡି ନାହାନ୍ତି । ଆଜି ଯାଏ ଗାଆଁରେ କୌଣସି ଉନ୍ନତି ମୂଳକ କାର୍ଯ୍ୟ ନ ହୋଇଥିବା ଯୋଗୁଁ ବିଧାୟକଙ୍କୁ ବିରୋଧ କରିଛନ୍ତି ନିଜ ଦଳର ଦଳୀୟ କର୍ମୀ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ପୂର୍ବରୁ ଏକାଧିକ ବିଜେଡ଼ି କର୍ମୀ ଏକାଠି ହୋଇ ଆଗମୀ ନିର୍ବାଚନରେ ବିଜେଡ଼ିର ଦଳୀୟ ଟିକେଟ ମୁକେଶଙ୍କୁ ନ ମିଳୁ ବୋଲି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିବା ବେଳେ ବିଧାୟକ ବିରୋଧ କରୁଥିବା ବ୍ୟକ୍ତି ବିଜେଡ଼ି କର୍ମୀ ନୁହେଁ ବୋଲି କହିଥିଲେ । ଅନ୍ୟପଟେ ଆଗକୁ ହଜାର ହଜାର ସଂଖ୍ୟାରେ ବିଜେଡ଼ି କର୍ମୀ ଏକାଠି ହୋଇ ବିଧାୟକଙ୍କୁ ବିରୋଧ କରିବେ ବୋଲି କଡ଼ା ଚେତାବନୀ ଦେଇଛନ୍ତି