ସୁନ୍ଦରଗଡ଼ ଜିଲ୍ଲାରେ କୋଭିଡର ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଇବାରୁ ହସ୍ପିଟାଲରେ ଅମ୍ଳଜାନ ସଂଯୁକ୍ତ ବେ଼ଡ୍ ବୃଦ୍ଧି କରିବା ସହ ଭେଣ୍ଟିଲେଟର ଏବଂ ଆଇସିୟୁ ବେଡର ବ୍ୟବସ୍ଥା କରିବାକୁ ସେଲକୁ ନିର୍ଦ୍ଦେଶ ଦେଇଥିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନିର୍ଦ୍ଦେଶ ପରେ ଏହି ହସ୍ପିଟାଲରେ ତୁରନ୍ତ ୧୦୦ଟି ଭେଣ୍ଟିଲେଟର ସହ ଆଇସିୟୁ ବେଡର ବ୍ୟବସ୍ଥା କରାଯାଇଛି ।
ଏହି ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ ଆଇସିୟୁ କୋଭିଡ ରୋଗୀଙ୍କୁ ଅତ୍ୟାଧୁନିକ ସ୍ୱାସ୍ଥ୍ୟସେବା ଯୋଗାଇବା ସହିତ ବହୁ ଜୀବନ ରକ୍ଷା କରିବାରେ ସହାୟକ ହେବ। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ଇସ୍ପାତ ରାଷ୍ଟ୍ରମନ୍ତ୍ରୀ ଫଗନ୍ ସିଂହ କୁଲସ୍ତେ, ଓଡିଶା ସରକାରଙ୍କ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ, ସୁନ୍ଦରଗଡ ସାଂସଦ ଜୁଏଲ ଓରାମ ଏବଂ ସୁନ୍ଦରଗଡ଼ ଜିଲ୍ଲାର ସମସ୍ତ ବିଧାୟକମାନେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।