ସେହିପର ରାଜ୍ୟରେ ଆଜି 4 ହଜାର 270କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ୍ କେନ୍ଦ୍ରରୁ 2478ଜଣ ଚିହ୍ନଟ ହୋଇଥିବାବେଳେ 1792ଟି ଲୋକାଲ କେସ୍ ରହିଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା 1 ଲକ୍ଷ 62 ହଜାର 920କୁ ବୃଦ୍ଧି ପାଇଛି । ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି 36 ହଜାର 473 ଜଣ । ସେହିପରି ସୁସ୍ଥ ହୋଇଛନ୍ତି 1 ଲକ୍ଷ 25 ହଜାର 738 ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟବରଣ କରିଛନ୍ତି ୬୫୬ଜଣ ।