ଭୁବନେଶ୍ୱର: ରାଜ୍ୟରେଆଜି ଆଉ ୧୩୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେମାନଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୩୩ ଥିବା ବେଳେ ୨୯ ସୁସ୍ଥଙ୍କ ସହ ଦ୍ୱିତୀୟରେ ରହିଛି ଖୋର୍ଦ୍ଧା । ସେହିପରି କଟକରୁ ୨୨, ବାଲେଶ୍ୱରରୁ ୧୩, ଯାଜପୁରରୁ ୯, କଳାହାଣ୍ଡିରୁ ୬, ଭଦ୍ରକରୁ ୪, ମୟୂରଭଞ୍ଜରୁ ୩, ନୟାଗଡରୁ ୩, ପୁରୀରୁ ୩ ଜଣ ସୁସ୍ଥ ହୋଇଛନ୍ତି । ବୌଦ୍ଧ, ବରଗଡ, ଝାରସୁଗୁଡା, କେନ୍ଦ୍ରାପଡାରୁ ୨ ଜଣ ଲେଖାଏଁ ସୁସ୍ଥ ହୋଇଥିବା ବେଳେ ଅନୁଗୁଳ, ବଲାଙ୍ଗି. ଜଗତସିଂହପୁର, ନୂଆପଡାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
ତେବେ ରାଜ୍ୟରେ ବର୍ତ୍ତମାନ ମୋଟ ୪୭୪୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
Another 137 #COVID19 patients have recovered and are being discharged on 28.6.2020. 33 from Ganjam 29 from Khurdha 22 from Cuttack 13 from Balasore 9 from Jajpur 6 from Kalahandi 4 from Bhadrak 3 each from Mayurbhanj, Nayagarh & Puri
— H & FW Dept Odisha (@HFWOdisha) June 28, 2020
ସୂଚନାଯୋଗ୍ୟ, ଆଜି ସକାଳେ ୨୬୪ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ସେଥିମଧ୍ୟରୁ ୨୩୪ କ୍ୱାରେଣ୍ଟାଇନ ସେଣ୍ଟରରୁ ହୋଇଥିବାବେଳେ ୩୦ଟି ଲୋକାଲ କେସ ରହିଛି । ତେବେ ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ୧୫, ଝାରସୁଗୁଡାରୁ ୧୮, କୋରାପୁଟ ୧, ଯାଜପୁରରୁ ୪୧, କେନ୍ଦୁଝର ୨୫, ମାଲକାନଗିରି ୨, ଭଦ୍ରକ ୧, କନ୍ଧମାଳ ୧, ବରଗଡ଼ ୧୮, ନୂଆପଡାରୁ ୧, ବାଲେଶ୍ୱରରୁ ୧୨, ଅନୁଗୁଳ ୪, ଜଗତସିଂହପୁର ୪, ଗଞ୍ଜାମ ୭୬, ନୟାଗଡ଼ ୨, ଗଜପତିରୁ ୧, ପୁରୀରୁ ୭ ଜଣ ଅଛନ୍ତି ।
ଅର୍ଗସ ବ୍ୟୁରୋ : ଭୂମିକମ୍ପରେ ଥରିଲା ମେଘାଳୟ । ଆଜି ସନ୍ଧ୍ୟା ପ୍ରାୟ ୬.୧୫ରେ ଅନୁଭୂତ ହୋଇଥିବା ଏହି ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୫.୨ ରହିଛି । ଭୂମିକମ୍ପ ଯୋଗୁଁ, ମେଘାଳୟ, ଆସାମ ସହ ତ୍ରିପୁରା ଏବଂ ପଶ୍ଚିମବଙ୍ଗରେ ମଧ୍ୟ ତୀବ୍ର ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୨ ରେକର୍ଡ ହୋଇଛି।
ଅଧିକ ପଢନ୍ତୁ ଭାରତ ଖବର
ସଂସ୍ଥା କହିଛି ଯେ ଭୂପୃଷ୍ଠରୁ ୧୦ କିମି ଗଭୀରରରେ ଏହା ସୃଷ୍ଟି ହୋଇଥିଲା । ମେଘାଳୟରେ ସବୁଠାରୁ ଅଧିକ ତୀବ୍ରତାର ଝଟକା ଅନୁଭବ ହୋଇଛି । ଏହାବାଦ ପଶ୍ଚିମବଙ୍ଗ ଓ ଆସାମର କିଛି ସ୍ଥାନରେ ମଧ୍ୟ ଲୋକମାନେ ଝଟକା ଅନୁଭବ କରିଛନ୍ତି । ହଠାତ୍ ଭୂମିକମ୍ପ ଫଳରେ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ବର୍ତ୍ତମାନ ସୁଦ୍ଧା କୌଣସି ଧନ-ଜୀବନ କ୍ଷତି ନେଇ ସୂଚନା ମିଳିନାହିଁ।
ଅର୍ଗସ ବ୍ୟୁରୋ : ରାଜସ୍ଥାନର ଚିତ୍ତୋରଗଡ଼ରେ ବିଶାଳ ରାଲି କରିଛନ୍ତି ପିଏମ ମୋଦି। ଏହି ଅବସରରେ ସାନୱାଲିଆ ସେଠ୍ ମନ୍ଦିର ଯାଇ ଦର୍ଶନ କରିବା ସହ ଚିତ୍ତୋରଗଡରେ ପ୍ରାୟ 7 ହଜାର କୋଟି ଟଙ୍କା ମୂଲ୍ୟର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ସେଠାରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧନ କରିବା ସମୟରେ ପ୍ରଧାନମନ୍ତ୍ରୀ ରାଜସ୍ଥାନର ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ।
ଅଧିକ ପଢନ୍ତୁ ଭାରତ ଖବର
କଂଗ୍ରେସ ସରକାରରେ ରାଜସ୍ଥାନ ଅପରାଧ ତାଲିକାଲେ ଶୀର୍ଷରେ ରହିବା ଏକ ଲଜ୍ଜାଜନକ ବୋଲି କହିଛନ୍ତି ମୋଦି । ଅପାରଗ ସରକାରକୁ ଟାର୍ଗେଟ୍ କରି କହିଛନ୍ତି ପାଞ୍ଚ ବର୍ଷ ଧରି ରାଜସ୍ଥାନକୁ କେବଳ ଲୁଟିଛି କଂଗ୍ରେସ ସରକାର। ଏବେ ଗେହଲଟ ସରକାର ବିଦାୟ ନେବାର କାଉଣ୍ଟଡାଉନ୍ ଆରମ୍ଭ ହୋଇସାରିଛି। ବିଜେପିକୁ କ୍ଷମତାକୁ ଆଣିବାକୁ ରାଜସ୍ଥାନବାସୀ ମନ ବଳାଇସାରିଛନ୍ତି। ବିଜେପି କ୍ଷମତାକୁ ଆସିଲେ ଭ୍ରଷ୍ଟାଚାରୀଙ୍କୁ ମାଫ୍ କରାଯିବ ନାହିଁ। ପେପର ଲିକ୍ ମାଫିଆଙ୍କୁ ପାତାଳରୁ ବି ଖୋଜି ବାହାର କରି ଦଣ୍ଡ ଦିଆଯିବ।