ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ଗଜପତି, ସୁବର୍ଣ୍ଣପୁର ଓ ସମ୍ବଲପୁରରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ବାଲେଶ୍ୱର, ଯାଜପୁର ଓ କେନ୍ଦ୍ରାପଡ଼ା, କୋରାପୁଟ, ମୟୂରଭଞ୍ଜ ଓ ଖୋର୍ଦ୍ଧାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।
ସେହିପରି ଆଜି ରାଜ୍ୟରେ ୮୬୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଂଟାଇନ କେନ୍ଦ୍ରରୁ ୫୦୨ ଜଣ ଥିବାବେଳେ ୩୬୬ ଜଣ ସ୍ଥାନୀୟ ସଂକ୍ରମଣ ।