ଘର
ଓଡ଼ିଶା
ଛାଡାବାନ୍ତି ଆତଙ୍କ, ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗର ତଦନ୍ତ ଆରମ୍ଭ
ଛାଡାବାନ୍ତି ଆତଙ୍କ, ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗର ତଦନ୍ତ ଆରମ୍ଭ
by Banajyotshna Ray
ଅର୍ଗସ ବ୍ୟୁରୋ: ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଏନଏସି ୧୪ ନଂ ୱାର୍ଡର ପୁରୁଣାରେକୁଳା ଗାଁ ଶବରସାହିରେ ଝାଡାବାନ୍ତିରେ ୧୫ ରୁ ଅଧିକ ଲୋକ ଆକ୍ରାନ୍ତ ହୋଇଛନ୍ତି । ଆକ୍ରାନ୍ତ ମାନଙ୍କୁ କାମାକ୍ଷାନଗର ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ତେବେ ପାନୀୟ ଜଳ କିମ୍ବା ଖାଦ୍ୟରୁ ଏପରି ଝାଡ଼ାବାନ୍ତି ବ୍ୟାପିଥିବା ତାହା ସ୍ପଷ୍ଟ ହୋଇନାହିଁ । ଘଟଣା ସ୍ଥଳରେ ଢେଙ୍କାନାଳ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗର ଟିମ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।ତେବେ ଝାଡ଼ାବାନ୍ତିରେ ଆକ୍ରାନ୍ତଙ୍କ ସ୍ୱାସ୍ଥ୍ୟବସ୍ଥା ଭଲ ଥିବା ଜଣାପଡିଛି ।
ପୁରୁଣାରେକୁଳା ଗାଁ ଶବରସାହିରେ ଜିଲ୍ଲା ଅତିରିକ୍ତ ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ଜ୍ୟୋତିଷ ମହାପାତ୍ର ,ମାଇକ୍ରୋ ବାଇଲୋଜିଷ୍ଟ ଡାକ୍ତର ନିଲିମା ଦାସ ପହଞ୍ଚି ପାଣିର ସାମ୍ପୁଲ ସଂଗ୍ରହ କରିବା ସହ ଝାଡ଼ାବାନ୍ତିର କାରଣ ଓ ନିରାକରଣ ସମ୍ପର୍କରେ ଅନୁଧ୍ୟାନ କରିଛନ୍ତି । ଏ ନେଇ ସାହିର ସମସ୍ତ ପରିବାରକୁ ଯାଇ ସ୍ୱାସ୍ଥ୍ୟ ବିଭାଗ ଯାଞ୍ଚ ଆରମ୍ଭ କରିଦେଇଛି । ତେବେ ପ୍ରତିବର୍ଷ ଗାଁରେ ଝାଡ଼ାବାନ୍ତି ବ୍ୟାପୁଥିବା ନେଇ ଗ୍ରାମବାସୀ ପ୍ରକାଶ କରିଛନ୍ତି । ଏ ନେଇ ସଚେତନତା ଓ ସତର୍କତା ଅବଲମ୍ବନ କରିବାକୁ ଏଡିଏମଓ ନିବେଦନ କରିଛନ୍ତି ।
ଅଧିକ ପଢ଼ନ୍ତୁ ଓଡିଶା ଖବର: