ସୂଚନାଯୋଗ୍ୟ, ୧୭ ମୃତକଙ୍କ ମଧ୍ୟରୁ ବରଗଡରୁ ଜଣେ, ଭଦ୍ରକରୁ ଜଣେ, ଭୁବନେଶ୍ଵରରୁ ଜଣେ, କଟକରୁ ଜଣେ, ଗଞ୍ଜାମରୁ ଜଣେ, ଜଗତସିଂହପୁରରୁ ୨ ଜଣ, ପୁରୀରୁ ଜଣେ, ସମ୍ବଲପୁରରୁ ୩ ଜଣ, ସୁବର୍ଣ୍ଣପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୪ ଜଣ ରହିଛନ୍ତି।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୦୦୫୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୯୨୮୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୯୯୧୫୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୫୬୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୫୩୩୦୯୩୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।