Headlines 7PM
ଭୁବନେଶ୍ୱର: ଆଜି ରାଜ୍ୟରେ 17 କୋରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ମୋଟ ମୃତକଙ୍କ ସଂଖ୍ୟା 1, 089 ଛୁଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସେହିପରି ଆଜି ଓଡ଼ିଶାରେ 2,470 ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ 368 ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। 2,470 ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ 1462 ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ ରହିଛି 1008 । ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 2ଲକ୍ଷ 62 ହଜାର 11ରେ ପହଞ୍ଚିଲାଣି ।